Odiapua.com

୧୯ରେ ପୁଣି ଏକ ଲଘୁଚାପ – ପ୍ରବଳ ବର୍ଷିବ

ଭୁବନେଶ୍ୱର ୧୬-୬ (ଓଡ଼ିଆ ପୁଅ) : ଆସନ୍ତା ୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେଉଛି। ଏହା ପ୍ରଭାବରେ ୧୮ତାରିଖରୁ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭବନା ରହିଛି। ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ମଧ୍ୟମରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ହଳଦିଆ ବା ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆସନ୍ତାକାଲି ଓଡ଼ିଶାର ସମସ୍ତ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାରେ ୧୮ରୁ ୨୦ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି କୁହାଯାଇଛି।

ସମଗ୍ର ରାଜ୍ୟରେ ଏବେ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିବା ସହ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି।
ଆସନ୍ତା ପାଞ୍ଚ ଦିନ ପାଇଁ ଭୁବନେଶ୍ୱର ପାଣିପାଗ ବିଭାଗ ଏକ ପୂର୍ବାନୁମାନ କରିଛି। ଏହି ପୂର୍ବାନୁମାନ ଅନୁଯାୟୀ,

ଜୁନ୍ ୧୬-୧୭
ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା ନୂଆପଡା ଜିଲ୍ଲାର ଏକ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବଲାଙ୍ଗୀର, ସୋନପୁର ଏବଂ କେନ୍ଦୁଝର ଜିଲ୍ଲାରେ ମଧ୍ୟ ବର୍ଷା ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଜୁନ୍ ୧୭-୧୮
ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡିଶା ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର କିଛି ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ତେଣୁ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ ଏବଂ ବାଲେଶ୍ୱର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଜୁନ୍‌ ୧୮ -୧୯
ଉତ୍ତର ଓଡ଼ିଶାର ଜିଲ୍ଲା ତଥା ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।
ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସମ୍ବଲପୁର, ଦେଓଗଡ, ଅନୁଗୁଳ, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାର ଏକ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ଜୁନ୍‌ ୧୯ -୨୦
ଉତ୍ତର ଓଡ଼ିଶାର ଜିଲ୍ଲା ତଥା ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି।
ଏହି ସମୟ ମଧ୍ୟରେ ସମ୍ବଲପୁର, ଅନୁଗୁଳ, ଦେବଗଡ, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସୋନପୁର, ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଜୁନ୍‌ ୨୦-୨୧
ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି।
ସୁନ୍ଦରଗଡ, ବରଗଡ, ନୂଆପଡା, ଝାରସୁଗୁଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଏବଂ ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ, ଗଞ୍ଜାମ ଓ ପୁରୀ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ମଧ୍ୟ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।