ନୂଆ ଦିଲ୍ଲୀ ୨୪-୪ (ଓଡ଼ିଆ ପୁଅ) କରୋନା ଭୂତାଣୁ ସଂକ୍ରମିତ ହେବା ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଆସୁଛି। ତାଙ୍କୁ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ (AIIMS) ରେ ଭର୍ତ୍ତି କରାଯାଇଛି। କଂଗ୍ରେସର ମୁଖ୍ୟ ମୁଖପାତ୍ର ରଣଦୀପ ସୁରଜେୱାଲା କହିଛନ୍ତି ଯେ, ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ଏବଂ ସୁଧାର ଆସୁଛି। ବର୍ତ୍ତମାନ ତାଙ୍କର ଜ୍ୱର ନାହିଁ।
ସାମାନ୍ୟ ଜ୍ୱରରେ ଆକ୍ରାନ୍ତ ହେବା ପରେ ୮୮ ବର୍ଷୀୟ ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂ କରୋନା ଭୂତାଣୁ ସଂକ୍ରମିତ ହୋଇଥିବା ଜଣାପଡିଥିଲା। ତାଙ୍କୁ ୧୯ ଏପ୍ରିଲରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଉପରାଷ୍ଟ୍ରପତି ଏମ ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ, ପୂର୍ବତନ ରାଷ୍ଟ୍ରପତି ରାହୁଲ ଗାନ୍ଧୀ, ଦଳର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ୱାଡ୍ରା ଏବଂ ଅନ୍ୟାନ୍ୟ ଦଳର ନେତା ମନମୋହନ ସିଂଙ୍କ ଶୀଘ୍ର ସୁସ୍ଥ ହେବାକୁ କାମନା କରିଥିଲେ।
ସୂଚନାଯୋଗ୍ୟଯେ, ପୂର୍ବତନ ପ୍ରଧାନମନ୍ତ୍ରୀ ମାର୍ଚ୍ଚ ୪ ଏବଂ ଏପ୍ରିଲ ୩ ରେ କରୋନା ଟିକା ଗ୍ରହଣ କରିଥିଲେ।