Home Top News ମଇ ୩ ରୁ ଦଶମ ଶ୍ରେଣୀ ଏବଂ ମଇ ୧୫ରୁ ଦ୍ବାଦଶ ଶ୍ରେଣୀ ପରୀକ୍ଷା –...

ମଇ ୩ ରୁ ଦଶମ ଶ୍ରେଣୀ ଏବଂ ମଇ ୧୫ରୁ ଦ୍ବାଦଶ ଶ୍ରେଣୀ ପରୀକ୍ଷା – ୮ ଜାନୁଆରୀରେ ସ୍କୁଲ ଖୋଲିବ

52

ଭୁବନେଶ୍ୱର ୨-୧ (ଓଡ଼ିଆ ପୁଅ) : ଆସନ୍ତା ୮ ତାରିଖରୁ ସ୍କୁଲ ଖୋଲିବ। ଏ ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ଖୋଲିବ ସ୍କୁଲ। ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ହେଉଥିବା ବାର୍ଷିକ ପରୀକ୍ଷା ନିମନ୍ତେ ଦଶମ ଓ ଦ୍ୱାଦଶ ଶ୍ରେଣୀର ପିଲାମାନଙ୍କୁ ପ୍ରସ୍ତୁତ କରିବା ସହିତ ବିଭିନ୍ନ ସମୟରେ ଅନୁଷ୍ଠିତ ସର୍ବଭାରତୀୟ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଅଂଶଗ୍ରହଣ କରିବା ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶିକ୍ଷାନୁଷ୍ଠାନ ଖୋଲିବା ନିମନ୍ତେ ନିଷ୍ପତ୍ତି ନେଇଛନ୍ତି।
– ଦଶମ ଶ୍ରେଣୀ ପିଲାମାନଙ୍କର ପ୍ରାକ୍ଟିକାଲ୍‌ ପରୀକ୍ଷା ଅପ୍ରେଲ ୨୭ରୁ ମଇ ୨ ତାରିଖ ମଧ୍ୟରେ ହେବ।
– ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଅପ୍ରେଲ ୨୯ ରୁ ମଇ ୧୪ ତାରିଖ ମଧ୍ୟରେ ହେବ ପ୍ରାକ୍ଟିକାଲ ପରୀକ୍ଷା।
– ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା ମଇ ୩ ତାରିଖରୁ ଆରମ୍ଭ ହେବ ମଇ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ।
– ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମଇ ୧୫ରୁ ଜୁନ୍‌ ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ।
– ଏହି ସମୟ ମଧ୍ୟରେ ୧୦୦ ଦିନ ପାଠପଢ଼ା ହେବ।
– କୋଭିଡ୍ ମାର୍ଗଦର୍ଶିକା ଅନୁଯାୟୀ ସ୍କୁଲ ଖୋଲିବ।
– ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶାବଳୀଗୁଡ଼ିକର ଅନୁପାଳନ ବାଧ୍ୟତାମୂଳକ ହେବ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.