Home ଓଡ଼ିଶା କାଳବୈଶାଖୀ: ୧୩ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

କାଳବୈଶାଖୀ: ୧୩ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

620

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଏବଂ କୁଆପଥର ବର୍ଷା ପବନର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ୧୩ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି। ଏହି ସମୟ ମଧ୍ୟରେ କଟକ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, କନ୍ଧମାଳ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ରାୟଗଡ଼ା, ଗଜପତି,ଏବଂ ବୌଦ୍ଧ ଆଦି ୧୩ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ପ୍ରବଳ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ହେବାର ସମ୍ଭାବନା ରହିଛି। /-ଦେବଦତ୍ତ ରଥ

କରୋନା ପ୍ରଭାବ; ବଦଳିଯିବ ଜୀବନଚର୍ଯ୍ୟା: ଜାଣନ୍ତୁ କିପରି ରହିବ ନୂଆ ଯାତାୟତ ବ୍ୟବସ୍ଥା ..

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.