Odiapua.com

କୋଭିଡ-୧୯ ଟିକାକରଣ ସମ୍ପର୍କିତ ସଦ୍ୟତମ ସୂଚନାରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଦିଆଯାଇଛି ୩୧.୫୧ କୋଟି ଡୋଜରୁ ଅଧିକ ଟିକା

ଟିକାକରଣ ପାଇଁ ଏବେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳମାନଙ୍କ ପାଖରେ ଉପଲବ୍ଧ ଅଛି ୧.୧୫ କୋଟିରୁ ଅଧିକ ଡୋଜ

ନୂଆଦିଲ୍ଲୀ ୨୭-୬ (ଓଡ଼ିଆ ପୁଅ) ସାରା ଦେଶରେ କୋଭିଡ-୧୯ ଟିକାକରଣକୁ ତ୍ୱରାନ୍ୱିତ କରିବା ଏବଂ ଏହାର ପରିସରକୁ ବ୍ୟାପକ କରିବା ଦିଗରେ କେନ୍ଦ୍ର ସରକାର ପ୍ରତିଶ୍ରୁତିବଦ୍ଧ। ଜୁନ ୨୧, ୨୦୨୧ରୁ ସାର୍ବଜନୀନ କୋଭିଡ-୧୯ ଟିକାକରଣର ନୂତନ ପର୍ଯ୍ୟାୟ ଆରମ୍ଭ ହୋଇଛି। ଏହି ଟିକାକରଣ ଅଭିଯାନ ଅଧିକ ସଂଖ୍ୟକ ଟିକା ଉପଲବ୍ଧତା, ଉତ୍ତମ ଯୋଜନା ପ୍ରସ୍ତୁତି ଲାଗି ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ନିକଟରେ ଅଧିକ ସଂଖ୍ୟକ ଟିକା ଉପଲବ୍ଧ ହେବା ଏବଂ ଟିକା ଯୋଗାଣ ଶୃଙ୍ଖଳକୁ ବ୍ୟବସ୍ଥିତ କରିବା ଜରିଆରେ ଗତିଶୀଳ କରାଯାଇଛି।

ଦେଶବ୍ୟାପୀ ଟିକାକରଣ ଅଭିଯାନର ଅଂଶବିଶେଷ ସ୍ଵରୂପ, ଭାରତ ସରକାର ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶଗୁଡ଼ିକୁ ସଂପୂର୍ଣ୍ଣ ମାଗଣାରେ କୋଭିଡ ଟିକା ଯୋଗାଇଦେବାରେ ସହାୟତା କରୁଛନ୍ତି। ନୂତନ ପର୍ଯ୍ୟାୟ ସାର୍ବଜନୀନ କୋଭିଡ-୧୯ ଟିକାକରଣ ଅଭିଯାନରେ କେନ୍ଦ୍ର ସରକାର ଦେଶର ଟିକା ଉତ୍ପାଦନକାରୀମାନଙ୍କ ଠାରୁ ୭୫ ପ୍ରତିଶତ ଟିକା କ୍ରୟ କରି ସେଗୁଡିକୁ ସଂପୂର୍ଣ୍ଣ ମାଗଣାରେ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶଗୁଡ଼ିକୁ ଯୋଗାଇ ଦେଉଛନ୍ତି।

ବର୍ତ୍ତମାନ ସୁଦ୍ଧା ଭାରତ ସରକାର ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଉଭୟ ବିନା ମୂଲ୍ୟରେ ଏବଂ ରାଜ୍ୟମାନଙ୍କ ଦ୍ୱାରା ପ୍ରତ୍ୟକ୍ଷ କ୍ରୟ ପ୍ରକ୍ରିୟାରେ ୩୧.୫୧ କୋଟି ଡୋଜରୁ ଅଧିକ (୩୧, ୫୧, ୪୩, ୪୯୦) ଟିକା ଉପଲବ୍ଧ କରାଇଛନ୍ତି।

ଏଥିମଧ୍ୟରୁ ନଷ୍ଟ ହୋଇଥିବା ଡୋଜକୁ ମିଶାଇ ମୋଟ ୩୦, ୩୫, ୯୭, ୪୬୬ ଡୋଜ ଟିକା (ଆଜି ସକାଳ ୮ଟା ସୁଦ୍ଧା ମିଳିଥିବା ତଥ୍ୟ ଅନୁଯାୟୀ) ବିନିଯୋଗ ହୋଇଛି।

ଏବେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳମାନଙ୍କ ନିକଟରେ ୧.୧୫ କୋଟି (୧, ୧୫, ୪୬, ୦୨୪) ଡୋଜରୁ ଅଧିକ କୋଭିଡ ଟିକା ବିନିଯୋଗ ହେବା ପାଇଁ ଉପଲବ୍ଧ ରହିଛି।

ଏହା ବ୍ୟତୀତ, ବର୍ତ୍ତମାନ ୨୦, ୪୮, ୯୬୦ରୁ ଅଧିକ ଡୋଜ ଟିକା ପାଇପଲାଇନରେ ଅଛି ଏବଂ ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ଏହାକୁ ଗ୍ରହଣ କରିବେ।