Home Coronavirus Outbreak ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ସିଏନ ଲୁଙ୍ଗଙ୍କ ମଧ୍ୟରେ ଟେଲିଫୋନ ବାର୍ତ୍ତାଳାପ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ସିଏନ ଲୁଙ୍ଗଙ୍କ ମଧ୍ୟରେ ଟେଲିଫୋନ ବାର୍ତ୍ତାଳାପ

432

ନୂଆ ଦିଲ୍ଲୀ ୨୪-୪ (ଓଡ଼ିଆ ପୁଅ) ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ଲି ସିଏନ ଲୁଙ୍ଗଙ୍କ ସହ ଟେଲିଫୋନରେ କଥାବାର୍ତ୍ତା ହୋଇଛନ୍ତି। ଉଭୟ ନେତା ସ୍ୱାସ୍ଥ୍ୟ ଓ ଆର୍ଥିକ ଅବସ୍ଥା ଉପରେ କୋଭିଡ-19 ମହାମାରୀର ପ୍ରଭାବ ନେଇ ଆଲୋଚନା କରିଥିଲେ। ସେମାନେ ନିଜ ନିଜ ଦେଶରେ ଏହାର ମୁକାବିଲା ପାଇଁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ମଧ୍ୟ ଆଲୋଚନା କରିଥିଲେ।

ପ୍ରଧାନମନ୍ତ୍ରୀ ସିଙ୍ଗାପୁରକୁ ଔଷଧପତ୍ର ସହ ଅନ୍ୟାନ୍ୟ ଆବଶ୍ୟକୀୟ ବସ୍ତୁ ଯୋଗାଇବା ନେଇ ପ୍ରତିଶ୍ରୁତି ଦେଇଥିଲେ। ସିଙ୍ଗାପୁରରେ ଭାରତୀୟ ନାଗରିକମାନଙ୍କୁ ଦିଆଯାଇଥିବା ସମସ୍ତ ସାହାଯ୍ୟ ସହଯୋଗର ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶଂସା କରିଥିଲେ।

ଉଭୟ ନେତା ବର୍ତ୍ତମାନ ପରିସ୍ଥିତିରେ ଭାରତ-ସିଙ୍ଗାପୁର ମଧ୍ୟରେ ବିଭିନ୍ନ କ୍ଷେତ୍ରରେ ସହଯୋଗ ଉପରେ ଗୁରୁତ୍ୱ ଦେଇଥିଲେ। ଏହାଛଡା ସେମାନେ କୋଭିଡ-19 ଯୋଗୁ ଉତ୍ପନ୍ନ ସାମାଜିକ ସ୍ଥିତିର ଏକାଠି ମୁକାବିଲା ନେଇ ସହମତ ହୋଇଥିଲେ। ବର୍ତ୍ତମାନର ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ସିଙ୍ଗାପୁରବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ମଙ୍ଗଳକାମନା କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.