Odiapua.com

ସୁବାସ ଚୌହାନଙ୍କ ବିୟୋଗରେ ଶୋକ ପ୍ରକଟ କଲେ ନବୀନ

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାସ ଚୌହାନଙ୍କ ବିୟୋଗରେ ଶୋକ ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ଟ୍ୱିଟ୍ କରି ଲେଖିଛନ୍ତି “ବରିଷ୍ଠ ରାଜନେତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାସ ଚୌହାନଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶାବାସୀଙ୍କ ପାଇଁ ତାଙ୍କ ଜନକଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।”

ସୂଚନାଯୋଗ୍ୟ ଯେ ୧୦ ତାରିଖ (ରବିବାର), ଆଜି ସକାଳ ୩:୦୫ ସମୟରେ ଭୁବନେଶ୍ୱର ସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ସୁବାସ ଚୌହାନଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ହୋଇଥିଲା। ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ବା ୱେଷ୍ଟନ ଓଡ଼ିଶା ଡେଭଲପମେଣ୍ଟ କାଉନ୍ସିଲ୍ (ଡବ୍ଲ୍ୟୁଓଡିସି) ଅଧ୍ୟକ୍ଷ ସୁବାସ ଚୌହାନ କିଛି ଦିନ ହେଲା ଅସୁସ୍ଥ ଥାଇ ଚିକିତ୍ସାଧିନ ଥିଲେ। ତେବେ, ଗତ ୫ ତାରିଖ ମଙ୍ଗଳବାର ରାତିରେ ସେ ଗୁରୁତର ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ଭୁବନେଶ୍ୱର ସ୍ଥିତ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମଙ୍ଗଳବାର ରାତିରୁ ସେ ଆଇସିୟୁରେ ଏବଂ ପରେ ଭେଣ୍ଟିଲେଟରରେ ଥିଲେ। /-ଦେବଦତ୍ତ ରଥ

ଶ୍ରଦ୍ଧାଞ୍ଜଳୀ: ଜୀବନ ଯୁଦ୍ଧରେ ହାରିଗଲେ ସୁବାସ ଚୌହାନ