Odiapua.com

ପ୍ରତାପ ଷଡ଼ଙ୍ଗୀଙ୍କ ଆଶୁ ଆରୋଗ୍ୟ କାମନା କଲେ ନବୀନ

ଭୁବନେଶ୍ୱର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ପ୍ରତାପ ୩/୪ ଦିନ ହେଲା ଜ୍ୱର ଓ ଥଣ୍ଡାରେ ଆକ୍ରାନ୍ତ ହୋଇ ଅସୁସ୍ଥ ଥିଲେ। ତେବେ, ସୋମବାର ଦିନ ହଠାତ୍ ସେ ଦୁର୍ବଳ ତଥା ଅଧିକ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ପ୍ରଥମେ ବାଲେଶ୍ୱର ସ୍ଥିତ ଏଫଏମ ମେଡିକାଲ କଲେଜରେ ଆଇସିୟୁରେ ଭର୍ତ୍ତି କରାଯାଇଥିଲା ଏବଂ ପରେ ଭୁବନେଶ୍ୱର ସ୍ଥିତ ଏମ୍ସକୁ ସ୍ଥାନାନ୍ତରିତ କରାଯାଇଛି। ତେବେ, ପ୍ରତାପଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ପ୍ରତାପ ଷଡ଼ଙ୍ଗୀଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ଟ୍ୱିଟ୍ କରିଛନ୍ତି, “ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ ଅସୁସ୍ଥ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଅବଗତ ହେଲି। ତାଙ୍କ ଆଶୁ ଆରୋଗ୍ୟ ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।”

ଧର୍ମାନ୍ତରୀକରଣକୁ ନେଇ ଉତ୍ତେଜନା: ଢେଲା ମାଡ଼ରେ ଏସପିଙ୍କ ମୁଣ୍ଡ ଫାଟିଲା


/Dr