Home Coronavirus Outbreak ରାଜ୍ୟରେ ନୂଆ ୧୩୬ କରୋନା ଆକ୍ରାନ୍ତ ଚିହ୍ନଟ – ଆଉ ଜଣେ ମୃତ

ରାଜ୍ୟରେ ନୂଆ ୧୩୬ କରୋନା ଆକ୍ରାନ୍ତ ଚିହ୍ନଟ – ଆଉ ଜଣେ ମୃତ

675

ଭୁବନେଶ୍ୱର,୧୧ା୬ (ଓଡ଼ିଆ ପୁଅ): ଆଜି ରାଜ୍ୟରେ ଆଉ ୧୩୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସେମାନଙ୍କ ମଧ୍ୟରୁ ୧୩୪ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨ ଜଣ ସ୍ଥାନୀୟ ଅଞ୍ଚଳ।

ଆକ୍ରାନ୍ତଙ୍କ ମଧ୍ୟରେ କଳାହାଣ୍ଡି ଜିଲାରୁ ୧୫ ଜଣ, କେନ୍ଦ୍ରାପଡ଼ାରୁ ଜଣେ, ନୂଆପଡ଼ାରୁ ୨, ଗଜପତିରୁ ୭, କଳାହାଣ୍ଡିରୁ ୨, ଗଞ୍ଜାମରୁ ୩, ପୁରୀରୁ ୩, ମୟୂରଭଞ୍ଜରୁ ୯, କେନ୍ଦୁଝରରୁ ୮, ଝାରସୁଗୁଡ଼ାରୁ ୪, ଖୋର୍ଦ୍ଧାରୁ ୧୭, ଢେଙ୍କାନାଳରୁ ୩, କଟକରୁ ୭ ଏବଂ ସମ୍ବଲପୁରରୁ ଜଣେ ଚିହ୍ନଟ ହୋଇଛନ୍ତି।

ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌ ଏବଂ ଅଗ୍ନିଶମ ବିଭାଗର ୫୪ ଜଣ କମର୍ଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଚିହ୍ନଟ ହୋଇଥିବା ୩୩୮୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୦୯୨ ଜଣ ଚିକିତ୍ସାଧୀନ ଅଛନ୍ତି। ୨୨୮୨ ଜଣ ସୁସ୍ଥ ହୋଇଥିବା ବେଳେ ଆଜି ଆଉଜଣଙ୍କର ଜଣଙ୍କ ମୃତ୍ୟୁ ହୋଇଛି। ଭୁବନେଶ୍ବରରେ ଜଣେ ୩୮ବର୍ଷିୟା ମହିଳାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦ରେ ପହଁଚିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.