Home ଓଡ଼ିଶା ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ପ୍ରସଙ୍ଗ: କେନ୍ଦ୍ର ସରକାରଙ୍କର କୌଣସି ପ୍ରସ୍ତାବ ନାହିଁ –...

ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ପ୍ରସଙ୍ଗ: କେନ୍ଦ୍ର ସରକାରଙ୍କର କୌଣସି ପ୍ରସ୍ତାବ ନାହିଁ – ଅନୁରାଗ ଠାକୁର

297

ନୂଆ ଦିଲ୍ଲୀ ୧୫-୭ (ଓଡ଼ିଆ ପୁଅ) ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବାକୁ କେନ୍ଦ୍ର ସରକାରଙ୍କର କୌଣସି ପ୍ରସ୍ତାବ ନାହିଁ, ବୋଲି କେନ୍ଦ୍ର ଅର୍ଥ ଓ କର୍ପୋରେଟ୍‌ ବ୍ୟାପାର ମନ୍ତ୍ରୀ ଅନୁରାଗ ସିଂ ଠାକୁରଙ୍କ କହିଛନ୍ତି। ଲୋକସଭାରେ ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝି ଏକ ପ୍ରଶ୍ନ ମାଧ୍ୟମରେ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବାକୁ କେନ୍ଦ୍ର ସରକାରଙ୍କର କ’ଣ ପଦକ୍ଷେପ ରହିଛି ବୋଲି ଜାଣିବାକୁ ଚାହିଁଥିଲେ। ଏହାର ଉତ୍ତରରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ସିଂ ଠାକୁର ଉପରୋକ୍ତ ଉତ୍ତର ଦେଇଛନ୍ତି।

ସୂଚନାଯୋଗ୍ୟଯେ, ଓଡ଼ିଶା ବାରମ୍ବାର ପ୍ରାକୃତିକ ଦୁର୍ବିପାକକୁ ସାମ୍ନା କରୁଥିବାରୁ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦାବି କରିଥିଲେ ଏଥି ସକାଶେ ଗତ ଜୁନ ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଏହି ଦାବି ଜଣାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.