Home Top News ପୋଲିସ ବିଭାଗର ସବୁ ଜରୁରୀ ସହାୟତା ପାଇଁ ଗୋଟିଏ ନମ୍ବର- ୧୧୨ ତ୍ବରିତ ସେବା ପାଇଁ...

ପୋଲିସ ବିଭାଗର ସବୁ ଜରୁରୀ ସହାୟତା ପାଇଁ ଗୋଟିଏ ନମ୍ବର- ୧୧୨ ତ୍ବରିତ ସେବା ପାଇଁ ୧୦୯୮ଟି ପଦବୀ ମଧ୍ୟ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

37

ଭୁବନେଶ୍ବର, ୦୨-୧୨ (ଓଡ଼ିଆ ପୁଅ) ରାଜ୍ୟରେ ପୋଲିସ ପକ୍ଷରୁ ଯୋଗାଇ ଦିଆଯାଉଥିବା ସବୁ ଜରୁରୀ ସହାୟତା ପାଇଁ ଏଣିକି ଗୋଟିଏ ନମ୍ବର, ତାହା ହେଉଛି ୧୧୨। ନଭେମ୍ବର ୩୦ ଠାରୁ ଏହା କାର୍ଯ୍ୟକାରୀ ହେବ। ପୋଲିସ ଆମ୍ବଲାନ୍ସ, ଦମକଳ ତଥା ମହିଳା ହେଲ୍‌ପ ଲାଇନ ଭଳି ବିଭିନ୍ନ ଜରୁରୀ ସେବା ପାଇଁ ଆଉ ଭିନ୍ନ ଭିନ୍ନ ନମ୍ବରକୁ ଡାଏଲ କରିବାକୁ ପଡ଼ିବ ନାହିଁ। ୧୧୨ ରେ ପୋଲିସ ପକ୍ଷରୁ ସବୁ ଜରୁରୀ ସହାୟତା ତୁରନ୍ତ ମିଳିପାରିବ।

ଜନସାଧାରଣଙ୍କ ସୁବିଧା ତଥା ତ୍ବରିତ ସେବା ଯୋଗାଇବାକୁ ଦୃଷ୍ଟିରେ ରଖି ସରକାରଙ୍କ ତରଫରୁ ବିଭିନ୍ନ ସହାୟତା ନମ୍ବର ଯଥା ୧୦୦, ୧୦୧, ୧୦୨, ୧୦୪, ୧୦୮, ୧୮୧ ଓ ୧୦୯୮ ଏସବୁକୁ ଏକୀଭୂତ କରି ଗୋଟିଏ ନମ୍ବର ଯଥା ୧୧୨ ରେ ପରିଣତ କରାଯାଇଛି। ୧୧୨ ଜରିଆରେ ସାଧାରଣ ଲୋକଙ୍କୁ ଦକ୍ଷତାର ସହ ତ୍ବରିତ ସେବା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ପୋଲିସ ବିଭାଗର ୧୦୯୮ଟି ବିଭିନ୍ନ ପଦବୀ ସୃଷ୍ଟିକୁ ମଧ୍ୟ ଅନୁମୋଦନ କରିଛନ୍ତି। ୧୧୨ ସେବା ପାଇଁ ୪ ଡି-ଏସ୍-ପି, ୧୫୧-ସବ୍‌ଇନ୍ସପେକ୍ଟର, ୨୦୩ – ସହକାରୀ ସବ୍ ଇନ୍ସପେକ୍ଟର ଏବଂ ୭୪୦ ଜଣ କନେଷ୍ଟବଳ ମୁତୟନ ହେବେ। ଏତଦ୍‌ବ୍ୟତୀତ outsourcing ଜରିଆରେ ୧୯୮ଟି Call Taker Executive ଏବଂ ୨୩୬ଟି ଗାଡି ମଧ୍ୟ ନିୟୋଜିତ ହେବେ।

ପୋଲିସ ପକ୍ଷରୁ ଜନସାଧାରଣଙ୍କୁ ଯୋଗାଇ ଦିଆଯାଉଥିବା ବିଭିନ୍ନ ଜରୁରୀ ‘ ସହାୟତା ଗୋଟିଏ ନମ୍ବର ୧୧୨ ରେ ଉପଲବ୍ଧ ହେବା ଦ୍ବାରା ଜନସାଧାରଣଙ୍କୁ ଅଧିକ ଦକ୍ଷତାର ସହ ଉତ୍ତମ ସେବା ଯୋଗାଇ ଦେବାରେ ପୋଲିସ ସଫଳ ହେବ ଏବଂ ବ୍ୟବସ୍ଥା ପ୍ରତି ଲୋକଙ୍କ ଆସ୍ଥା ଅଧିକ ମଜବୁତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.