ଆଜି ମହା ବିଷୁବ ସଂକ୍ରାନ୍ତି। ଓଡ଼ିଆ ନବ ବର୍ଷ। ଏହାକୁ ପଣା ସଂକ୍ରାନ୍ତି ମଧ୍ୟ କୁହାଯାଏ। ବୈଶାଖ ସଂକ୍ରାନ୍ତି (ସୂର୍ଯ୍ୟଙ୍କର ମେଷ ରାଶିକୁ ସଂକ୍ରମଣ ଦିନ) ବା ପଣା ସଂକ୍ରାନ୍ତି ଠାରୁ ସୌରମାନ ବର୍ଷର ପ୍ରଥମ ଗଣନା ଆରମ୍ଭ ହୁଏ। ଏହା ସୌର ବୈଶାଖର ପ୍ରଥମ ଦିବସ। ଏହି ଦିନଠାରୁ ନୂତନ ଶକାବ୍ଦ ଗଣନାର ଆରମ୍ଭ ହୁଏ। ଓଡ଼ିଆ ନବବର୍ଷର ଆରମ୍ଭ ପ୍ରଣାଳୀ ବିଜ୍ଞାନ ସମ୍ମତ ଓ ଯୁକ୍ତିଯୁକ୍ତ। ଏହାର ଗଣନା ନିରୟଣ ସୂର୍ଯ୍ୟ ମେଷରାଶିରେ ପ୍ରବେଶ କରିବାଠାରୁ ହୋଇଥାଏ। ଏହି ପଦ୍ଧତି ଓଡ଼ିଶାର ପ୍ରଥମ ଜ୍ୟୋତିର୍ବିଜ୍ଞାନୀ ଶତାନନ୍ଦାଚାର୍ଯ୍ୟଙ୍କ ଠାରୁ ଚଳି ଆସୁଥିବାର ଅନୁମାନ କରାଯାଏ। ମହାବିଷୁବ ସଂକ୍ରାନ୍ତିରେ ଓଡ଼ିଶାରେ ହନୁମାନ ଜୟନ୍ତୀ ମଧ୍ୟ ପାଳନ ହୋଇଥାଏ।
/-Dev@Drath
ଓଡ଼ିଆ ନବବର୍ଷ ଏବଂ ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ..
