Home ଓଡ଼ିଶା ପୂର୍ବତନ ଅର୍ଥ ଓ ପ୍ରତିରକ୍ଷା ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଅରୁଣ ଜେଟଲୀଙ୍କ ବିୟୋଗରେ...

ପୂର୍ବତନ ଅର୍ଥ ଓ ପ୍ରତିରକ୍ଷା ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଅରୁଣ ଜେଟଲୀଙ୍କ ବିୟୋଗରେ ରାଜ୍ୟ ବିଜେପିର ଗଭୀର ଶୋକ

282

ଭୁବନେଶ୍ୱର, ୨୪/୦୮ (ଓଡ଼ିଆ ପୁଅ) : ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଅରୁଣ ଜେଟଲୀଙ୍କ ବିୟୋଗରେ ରାଜ୍ୟ ସଭାପତି ତଥା ସାଂସଦ ବସନ୍ତ ପଣ୍ଡା ଏବଂ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଗଭୀର ଶୋକ ବ୍ୟକ୍ତ କରିବା ସହ ସ୍ୱର୍ଗତଃ ଆତ୍ମାର ସଦଗତି କାମନା କରିଛନ୍ତି।

ସ୍ୱର୍ଗତଃ ଜେଟଲୀ ଜଣେ ଦକ୍ଷ ରାଜନେତା ଭାବେ ବେଶ ଜଣାଶୁଣା ଥିଲେ। ପୂର୍ବରୁ ସେ କେନ୍ଦ୍ରସରକାରରେ ଆଇନ ମନ୍ତ୍ରୀ, ସୂଚନା ପ୍ରସାରଣ ମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ ଏବଂ ଅର୍ଥମନ୍ତ୍ରୀ ଭାବେ ଦାୟୀତ୍ୱ ତୁଲାଇଥିଲେ। ୧୯୯୦ରେ ସେ ଦିଲ୍ଲୀ ହାଇକୋର୍ଟରେ ବରିଷ୍ଠ ଓକିଲର ମାନ୍ୟତା ପାଇଥିଲେ। ୧୯୯୧ରେ ସେ ବିଜେପିର ସଦସ୍ୟତା ନେଇ ରାଜନୀତି ମଇଦାନକୁ ଓହ୍ଲାଇଥିଲେ। ଦୀର୍ଘଦିନ ଧରି ତାଙ୍କ ଦେହ ଅସୁସ୍ଥ ଥିବା ଯୋଗୁଁ ସେ ଏମ୍ସରେ ଚିକିତ୍ସିତ ହେଉଥିଲେ। ମୃତ୍ୟୁବେଳକୁ ସ୍ୱର୍ଗତଃ ଜେଟଲୀଙ୍କୁ ୬୬ ବର୍ଷ ହୋଇଥିଲା। ତାଙ୍କ ବିୟୋଗରେ ଶ୍ରୀ ପଣ୍ଡା ଏବଂ ଶ୍ରୀ ନାୟକ ଅତ୍ୟନ୍ତ ମର୍ମାହତ ବୋଲି କହିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.