Home ଓଡ଼ିଶା ରାଜ୍ୟ ସରକାରଙ୍କୁ ଘେରିବ; ବ୍ୟାପକ ଆନ୍ଦୋଳନ କରିବ ବିଜେପି ..

ରାଜ୍ୟ ସରକାରଙ୍କୁ ଘେରିବ; ବ୍ୟାପକ ଆନ୍ଦୋଳନ କରିବ ବିଜେପି ..

159

ଭୁବନେଶ୍ୱର: ୫ ତାରିଖରେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ରାଷ୍ଟ୍ରୀୟ ସଭାପତି ଜଗତ ପ୍ରସାଦ ନଡ୍ଡା କାର୍ଯ୍ୟକାରିଣୀକୁ ଉଦ୍‌ବୋଧନ ଦେଇ ଅନ୍ୟାନ୍ୟ ପ୍ରସଙ୍ଗ ମଧ୍ୟରେ କେନ୍ଦ୍ରୀୟ ଯୋଜନାକୁ ନିଜ ନାମରେ ନାମିତ କରି ଭ୍ରମ ସୃଷ୍ଟି କରିବାରୁ ନିବୃତ୍ତ ରହିବାକୁ ରାଜ୍ୟ ସରକାରଙ୍କୁ ଚେତାବନୀ ଦେଇଥିଲେ। ବୈଠକରେ ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ଯୁଗ୍ମ ସାଧାରଣ ସଂପାଦକ (ସଂଗଠନ), ସୈାଦାନ ସିଂହ, ରାଷ୍ଟ୍ରୀୟ ସାଧାରଣ ସଂପାଦକ ତଥା ଓଡ଼ିଶା ପ୍ରଭାରୀ ଅରୁଣ ସିଂହ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ରାଷ୍ଟ୍ରୀୟ ପ୍ରବକ୍ତା ଡଃ ସମ୍ବିତ୍ ପାତ୍ର, ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକଙ୍କ ସମେତ ରାଜ୍ୟ ବିଜେପିର ସମସ୍ତ ପଦାଧିକାରୀ ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନେ ୱେବିନାର ଭିଡିଓ କନଫରେନ୍ସ ମାଧ୍ୟମରେ ଯୋଗ ଦେଇଥିଲେ। କାର୍ଯ୍ୟକାରିଣୀରେ ରାଜ୍ୟର ବିଭିନ୍ନ ସମସ୍ୟା ପ୍ରସଙ୍ଗରେ ଆଲୋଚନା କରାଯାଇ ରାଜନୈତିକ ଚିଠା ପ୍ରସ୍ତାବ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିସହ ଆଗାମୀ ୩ ମାସ ପାଇଁ ପାର୍ଟିର ବିଭିନ୍ନ ଆନ୍ଦୋଳନ ଏବଂ କାର୍ଯ୍ୟକ୍ରମ ସ୍ଥିର କରାଯାଇଛି। ରାଜ୍ୟ କାର୍ଯ୍ୟକାରିଣୀରେ ବିରୋଧୀ ଦଳ ଉପନେତା ବିଧାୟକ ବିଷ୍ନୁ ସେଠୀ ଆଗତ କରିଥିବା ରାଜ୍ୟର ବିଭିନ୍ନ ସମସ୍ୟାକୁ ନେଇ ବିସ୍ତୃତ ଆଲୋଚନା କରାଯାଇଥିଲା। ରାଜ୍ୟ ସରକାରଙ୍କ ଦୁର୍ନୀତିକୁ ନେଇ ବ୍ଲକରୁ ଆରମ୍ଭ କରି ଜିଲ୍ଲା ପର୍ଯ୍ୟନ୍ତ ଆନ୍ଦୋଳନ ହେବାର ନିଷ୍ପତି ନିଆଯାଇଛି। କୋଭିଡ୍ ଗାଇଡ୍ ଲାଇନକୁ ସଂପୂର୍ଣ୍ଣ ରୂପେ ପାଳନ କରାଯାଇ ଆନ୍ଦୋଳନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି।

କାର୍ଯ୍ୟକାରିଣୀର ନିଷ୍ପତି ଅନୁଯାୟୀ, ସେପ୍ଟେମ୍ବର ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ବ୍ଲକରେ ମନରେଗା ଯୋଜନାରେ ଅନିୟମିତତା, ପ୍ରମାଣ ସହ ଦାବୀ ପତ୍ର ପ୍ରଦାନ, ପ୍ରେସ ବାର୍ତ୍ତା ଜରିଆରେ ସାଧାରଣ ଜନତାଙ୍କ ପାଖକୁ ପହଞ୍ଚିବାର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ସେପ୍ଟେମ୍ବର ୧୬ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ମନରେଗା ଯୋଜନାରେ ଅନିୟମିତତାକୁ ନେଇ ପ୍ରତ୍ୟେକ ଜିଲ୍ଲା ସ୍ତରରେ ଆନ୍ଦୋଳନ କରାଯିବା ସହ ଜିଲ୍ଲାପାଳ ମାନଙ୍କୁ ଦାବୀ ପତ୍ର ପ୍ରଦାନ କରାଯିବ। ସେପ୍ଟେମ୍ବର ୨୦ ତାରିଖରୁ ୩୦ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ କୋଭିଡ ପରିଚାଳନାଗତ ତୃଟି ସମ୍ବନ୍ଧୀୟ ବିଷୟକୁ ନେଇ ଦାବୀପତ୍ର ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ଏବଂ ଅନିୟମିତତାକୁ ନେଇ ଅକ୍ଟୋବର ୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ସମସ୍ତ ବ୍ଲକରେ ଦାବୀପତ୍ର ପ୍ରଦାନ କରାଯିବ। ଅକ୍ଟୋବର ୧୬ ରୁ ୨୦ ପର୍ଯ୍ୟନ୍ତ ଜିଲ୍ଲା ସ୍ତରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଅନିୟମିତତା ପ୍ରମାଣ ସହ ସ୍ଥାନୀୟ ଜିଲ୍ଲାପାଳ ମାନଙ୍କୁ ଦାବିପତ୍ର ପ୍ରଦାନ କରାଯିବ। ଏହି ସମୟରେ ପିଡିଏସ ସ୍କିମ ଜରିଆରେ ଆସିଥିବା ଚାଉଳ ଓ ଡାଲିର ବଣ୍ଟନ ଅନିୟମିତତା ନେଇ ବ୍ଲକ କାର୍ଯ୍ୟାଳୟରେ ଦାବୀପତ୍ର ପ୍ରଦାନ କରାଯିବ। ଜଳବନ୍ଦୀ ଚାଷ ଅଞ୍ଚଳ ଏବଂ ସାର ତଥା କୃଷକ ସମସ୍ୟା ନେଇ ଆନ୍ଦୋଳନ କରାଯିବ। ସେହିପରି କାମ୍ପା ଫଣ୍ଡ୍‌, ଡିଏମ୍‌ଏଫ୍ ଫଣ୍ଡ୍‌, ଓଏମ୍‌ବିଏଆର୍‌ଡିସି ଚତୁର୍ଦ୍ଦଶ ଅର୍ଥ କମିଶନର ଅର୍ଥ ପ୍ରସଙ୍ଗରେ ଆନ୍ଦୋଳନ କରାଯିବାର ନିଷ୍ପତି ଗ୍ରହଣ ହୋଇଛି ବୋଲି ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ଜଣାଇଛନ୍ତି। /- ଦେବଦତ୍ତ ରଥ

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.