Home Top News ଲିଙ୍ଗରାଜ ମନ୍ଦିର ଅଧ୍ୟାଦେଶକୁ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ

ଲିଙ୍ଗରାଜ ମନ୍ଦିର ଅଧ୍ୟାଦେଶକୁ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ

63

ଭୁବନେଶ୍ୱର ୧୪-୧୨ (ଓଡ଼ିଆ ପୁଅ) ଆଜି ରାଜ୍ୟ କ୍ୟାବିନେଟ ବୈଠକରେ ଲିଙ୍ଗରାଜ ମନ୍ଦିର ଅଧ୍ୟାଦେଶକୁ ମଞ୍ଜୁରୀ ମିଳିଛି। ଲିଙ୍ଗରାଜ ମନ୍ଦିର ପାଇଁ ସ୍ବତନ୍ତ୍ର ଆଇନ ଆଣିବାକୁ ଜନସାଧାରଣ ଏବଂ ସେବାୟତମାନେ ଦାବି କରିଆସୁଥିଲେ। ଆଜି ଏହି ପ୍ରସଙ୍ଗରେ କ୍ୟାବିନେଟରେ ଆଲୋଚନା କରି ଲିଙ୍ଗରାଜ ମନ୍ଦିରର ଅଧ୍ୟାଦେଶ ଉପରେ ମୋହର ମରାଯାଇଛି।
– ଶ୍ରୀଲିଙ୍ଗରାଜ ମନ୍ଦିର ସମସ୍ତ ପରିଚାଳନା ନିମନ୍ତେ ରାଜ୍ୟ ସରକାର ଏକ ସ୍ୱତନ୍ତ୍ର ଆଇନ ପ୍ରସ୍ତୁତ କରିଛନ୍ତି।
ଲିଙ୍ଗରାଜ ମନ୍ଦିର, ଏହାର ସମ୍ପତ୍ତି ଓ ପରିସର ମଧ୍ୟରେ ଓ ବାହାରେ ଥିବା ଅନ୍ୟମନ୍ଦିର, ପବିତ୍ର ସ୍ଥାନ ଓ ମଠ ସମ୍ପର୍କିତ ବ୍ୟପାରଗୁଡ଼ିକର ସୁପରିଚାଳନା ଓ ସୁଶାସନକୁ ଦୃଷ୍ଟିରେ ରଖି ଏହାର ପରିଚାଳନା ଦାୟିତ୍ୱ ଏକ କମିଟିକୁ ନ୍ୟସ୍ତ କରିବା ନିମନ୍ତେ ଏକ ଅଧ୍ୟାଦେଶକୁ ଆଜି କ୍ୟାବିନେଟ ବୈଠକରେ ଅନୁମୋଦନ କରାଯାଇଛି।
ଏହି ଅଧ୍ୟାଦେଶରେ ପରିଚାଳନା କମିଟି ଗଠନ, କମିଟିର ସଭ୍ୟ ସଂଖ୍ୟା, କମିଟିର ଦାୟିତ୍ୱ ଓ କ୍ଷମତା, ପରିଚାଳକଙ୍କର କ୍ଷମତା ଓ ଦାୟିତ୍ୱ, ମନ୍ଦିରର ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ସୁରକ୍ଷା ଓ ପରିଚାଳନା, ସେବକମାନଙ୍କର ଭୂମିକା ଓ ଦାୟିତ୍ୱ, ମନ୍ଦିର ପାଣ୍ଠିର ଗଠନ ଓ ପରିଚାଳନା, ମନ୍ଦିରର ସମ୍ପତ୍ତି ସୁରକ୍ଷିତ ରଖିବା ପାଇଁ ସ୍ୱତନ୍ତ୍ର କମିଟିକୁ ଏହି ଅଧ୍ୟାଦେଶ ସଶକ୍ତ କରିବ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.