Home Coronavirus Outbreak ରଘୁନାଥ ମହାପାତ୍ରଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ରଘୁନାଥ ମହାପାତ୍ରଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

21

ନୂଆ ଦିଲ୍ଲୀ ୯-୫ (ଓଡ଼ିଆ ପୁଅ) ପରଲୋକରେ ବିଶିଷ୍ଟ ଭାସ୍କର୍ଯ୍ୟ ପଦ୍ମବିଭୂଷଣ ଶିଳ୍ପୀ ରଘୁନାଥ ମହାପାତ୍ର। କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିଲେ। ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ହେଲେ ଆଜି ତାଙ୍କର ପରଲୋକ ହୋଇଛି।

ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ଶିଳ୍ପୀ ତଥା ସାଂସଦ ରଘୁନାଥ ମହାପାତ୍ରଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କର ଶୋକ ବାର୍ତ୍ତାରେ କହିଛନ୍ତିଯେ, “ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ଶିଳ୍ପୀ ତଥା ସାଂସଦ ରଘୁନାଥ ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶାର କଳା ଓ ଐତିହ୍ୟକୁ ସମୃଦ୍ଧ କରିବା ଦିଗରେ ତାଙ୍କ ଅତୁଳନୀୟ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।”

ସ୍ଥାପତ୍ୟ କଳାରେ ଉତ୍କୃଷ୍ଟତା ପାଇଁ ସେ ୧୯୭୫ରେ ପଦ୍ମଶ୍ରୀ, ୨୦୦୧ରେ ପଦ୍ମଭୂଷଣ ଏଵଂ ୨୦୧୩ରେ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନିତ ହୋଇଥିଲେ।

ଆଜି ଅପରାହ୍ନ ୩ଟା ୪୯ରେ ଚିକିତ୍ସିତ ଅବସ୍ଥାରେ ୭୮ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି। ସେ ଗତ ଏପ୍ରିଲ ୨୨ରେ କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.