Odiapua.com

ଜୁଲାଇ ୩୧ରେ ପ୍ରକାଶ ପାଇବ ଉଚ୍ଚ ମାଧ୍ୟମିକ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର, ୨୮.୦୭ (ଓଡ଼ିଆ ପୁଅ) ୨୦୨୧ ମସିହା ବାର୍ଷିକ ଉଚ୍ଚ ମାଧ୍ୟମିକ ପରୀକ୍ଷାର ବିଜ୍ଞାନ ଓ ବାଣିଜ୍ୟ ଶିକ୍ଷା ପାଠ୍ୟକ୍ରମର ଫଳ ଚଳିତ ଜୁଲାଇ ୩୧ ତାରିଖ ସନ୍ଧ୍ୟାରେ ପ୍ରକାଶ ପାଇବ। କଳା ଏବଂ ଧନ୍ଦାମୂଳକ ପାଠ୍ୟକ୍ରମର ଆବଶ୍ୟକୀୟ କାଗଜପତ୍ର ଯାଞ୍ଚ କରିବାରେ ଅଧୁକ ସମୟର ଆବଶ୍ୟକତା ଦୃଷ୍ଟିରୁ ଏହାର ଫଳ ପ୍ରକାଶନ ପାଇଁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି ଉଭୟ ପାଠ୍ୟକ୍ରମର ଫଳାଫଳ ଜୁଲାଇ ୩୧ ତାରିଖ ପରେ ପ୍ରକାଶ ପାଇବ। ଏଥି ପାଇଁ ଅନୁମତି ନିମନ୍ତେ ମାନ୍ୟବର ସୁପ୍ରିମ କୋର୍ଟଙ୍କ ନିକଟରେ ପରିଷଦ ତରଫରୁ ସମୟ ଯାଚିକା ଦାଖଲ କରାଯାଇଛି। କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଖୁବ୍‌ଶୀଘ୍ର ପ୍ରକାଶନ ପାଇଁ ପରିଷଦ ତରଫରୁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଛି ବୋଲି ଉଚ୍ଚ ମାଧ୍ୟମିକ ପରିଷଦ ସୂତ୍ରରୁ ପ୍ରକାଶ।