Home Coronavirus Outbreak ପୁଣି ରାଜ୍ୟରେ କରୋନା ନେଲା ୩ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୮୬ କୁ ବୃଦ୍ଧି

ପୁଣି ରାଜ୍ୟରେ କରୋନା ନେଲା ୩ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୮୬ କୁ ବୃଦ୍ଧି

105

ଭୁବନେଶ୍ୱର ୧୮-୭ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୩ ମୁଣ୍ଡ। ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୮୬ କୁ ବୃଦ୍ଧି ପାଇଛି।
ଗଜପତି ଜିଲ୍ଲାରୁ ଜଣେ ଏବଂ ଗଞ୍ଜାମ ଜିଲ୍ଲାରୁ ୨ ଜଣଙ୍କର ମୃତ୍ୟୁ ହୋଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଗଜପତିଜିଲ୍ଲାରେ ୬୬୪ ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୦ [-୧] ଜଣ ସକ୍ରୀୟ ଅଛନ୍ତି। ୫୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୫, ୨୮୦ [+୧୮୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୯୫୦ [+୧୮୦] ଜଣ ସକ୍ରୀୟ ଅଛନ୍ତି। ୩, ୨୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୨ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବାବେଳେ ୩ ଜଣ କୋଭିଡ ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଛି।

୧- ଗଞ୍ଜାମ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ।

୨- ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।

୩- ଗଜପତି ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କା ମହିଳା ଯିଏ ମୋଟାପଣ ଏବଂ ସ୍ୱିପ୍ ଆପ୍ନିଆରେ ମଧ୍ୟ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.