Home Coronavirus Outbreak ପୁଣି ରାଜ୍ୟରେ କରୋନା ନେଲା ୬ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୧୧୪ କୁ ବୃଦ୍ଧି

ପୁଣି ରାଜ୍ୟରେ କରୋନା ନେଲା ୬ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୧୧୪ କୁ ବୃଦ୍ଧି

109

ଭୁବନେଶ୍ୱର ୨୩-୭ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୬ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୧୧୪ କୁ ବୃଦ୍ଧି ପାଇଛି।

କରୋନା କାରଣରୁ ଗଞ୍ଜାମ ଜିଲ୍ଲାରୁ ୫ଜଣ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ଜଣଙ୍କର ମୃତ୍ୟୁ ହୋଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ୬ ଜଣ କୋଭିଡ ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଛି।

୧- ଗଞ୍ଜାମ ଜିଲ୍ଲାର ଜଣେ ୪୧ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।
୨- ଖୋର୍ଦ୍ଧା ଜିଲ୍ଲାର ଜଣେ ୮୬ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୩- ଗଞ୍ଜାମ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।
୪- ଗଞ୍ଜାମ ଜିଲ୍ଲାର ଜଣେ ୫୧ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଡାଇବେଟିସ୍ କେଟୋଏସିଡୋସିସ୍ ରୋଗରେ ପୀଡିତ ଥିଲେ।
୫- ଗଞ୍ଜାମ ଜିଲ୍ଲାର ଜଣେ ୬୯ ବର୍ଷ ବୟସ୍କ ପୁରୁଷ।
୬- ଗଞ୍ଜାମ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.