Home Coronavirus Outbreak ପୁଣି ରାଜ୍ୟରେ କରୋନା ନେଲା ୬ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୧୨୦ କୁ ବୃଦ୍ଧି

ପୁଣି ରାଜ୍ୟରେ କରୋନା ନେଲା ୬ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୧୨୦ କୁ ବୃଦ୍ଧି

92

ଭୁବନେଶ୍ୱର ୨୪-୭ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୬ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୧୨୦ କୁ ବୃଦ୍ଧି ପାଇଛି।

ଭଦ୍ରକ, ଗଜପତି, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଗଞ୍ଜାମ ଜିଲ୍ଲାରୁ ତିନିଜଣଙ୍କର ମୃତ୍ୟୁ ହୋଇଛି।

ଅନ୍ୟ କାରଣରୁ ଖୋର୍ଦ୍ଧା ଜିଲ୍ଲାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି ଏହା ସହ ଅନ୍ୟ କାରଣରୁ ମୃତ୍ୟୁ ସଂଖ୍ୟା ୩୩ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ୬ ଜଣ କୋଭିଡ ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଛି।

୧- ଗଞ୍ଜାମ ଜିଲ୍ଲାର ଜଣେ ୪୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।
୨- ରାୟଗଡା ଜିଲ୍ଲାର ଜଣେ ୭୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।
୩- ଗଜପତି ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କ ପୁରୁଷ।
୪- ଗଞ୍ଜାମ ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କା ମହିଳା।
୫- ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କା ମହିଳା।
୬- ଭଦ୍ରକ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

ଅନ୍ୟ କାରଣରୁ ଦୁଇଜଣ କୋଭିଡ୍ ପଜିଟିଭ୍ ରୋଗୀଙ୍କ ମୃତ୍ୟୁ ହୋଇଛି।

୧ – ଖୋର୍ଦ୍ଧା ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯିଏ ଇଣ୍ଟ୍ରା ମସ୍ତିଷ୍କ ରକ୍ତସ୍ରାବ ଏବଂ ମସ୍ତିଷ୍କ ଇନଫାର୍କସନ କାରଣରୁ ମୃତ୍ୟୁ ହୋଇଛି।

୨- ନୟାଗଡ଼ ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କ ପୁରୁଷ ଯିଏ ପେଟ ଏବଂ ଫୁସଫୁସ କର୍କଟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.