Odiapua.com

ଓଡ଼ିଶା ଛୁଇଁଲା ମୌସୁମୀ; ଲାଗି ରହିବ ବର୍ଷା ..

ଭୁବନେଶ୍ୱର: ଓଡ଼ିଶା ଛୁଇଁଛି ଦକ୍ଷିଣ ପଶ୍ଚିମ ମୌସୁମୀ। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡା, ଗଜପତି ଏବଂ ଗଞ୍ଜାମ ଜିଲ୍ଲାର କିଛି ଅଞ୍ଚଳରେ ମୌସୁମୀ ଛୁଇଁଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଚଳିତ ବର୍ଷ ମୌସୁମୀ ସ୍ୱାଭାବିକ ହେବ। ଓଡ଼ିଶା ସମେତ କେନ୍ଦ୍ରୀୟ ଭାରତରେ ବର୍ଷା ପରିମାଣ ୧୦୩% ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ଜାଣନ୍ତୁ କେଉଁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଆଉ କେଉଁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ –

କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଆଶଙ୍କା କରି ଏଠାରେ ଅରେଞ୍ଜ ୱାର୍ଣ୍ଣିଂ ଜାରୀ କରିଛନ୍ତି ଭୁବନେଶ୍ୱର ପାଣିପାଗ ବିଭାଗ। ସେହିପରି ଗଜପତି, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ପୁରୀ, କେନ୍ଦୁଝର, ମୟୁରଭଞ୍ଜ ଏବଂ ବାଲେଶ୍ୱରରେ ପ୍ରବଳ ବର୍ଷା ଆଶଙ୍କା କରିଛି ପାଣିପାଗ ବିଭାଗ। ବାଲେଶ୍ୱର, ଭଦ୍ରକ, କଟକ, ଯାଜପୁର, ଖୋର୍ଦ୍ଧା ଏବଂ ଆଭ୍ୟନ୍ତରୀଣ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା କରାଯାଇଛି। ଏହିସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ। /- ଦେବଦତ୍ତ ରଥ