Odiapua.com

ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ – ପ୍ରବଳ ବର୍ଷିବ

ଭୁବନେଶ୍ୱର ୨୯-୯ (ଓଡ଼ିଆ ପୁଅ) ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ଅପରାହ୍ନରୁ ଆସନ୍ତା କାଲି ସକାଳ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଘଡଘଡି ହେବାର ସମ୍ଭାବନା ଅଛି। ସେହିପରି ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

କିନ୍ତୁ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ରାୟଗଡ଼ା, କନ୍ଧମାଳ, କେନ୍ଦୁଝର, ମୟୁରଭଞ୍ଜ ଏବେ କୋରାପୁଟ ଜିଲ୍ଲାଗୁଡ଼ିକ ପାଇଁ ୱେଲୋ ୱାର୍ଣ୍ଣି ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଆସନ୍ତା କାଲି ଉପକୂଳ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ଏବଂ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ ଏବଂ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହା ସହ ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ ଏବଂ ଜଗତସିଂହପୁର ଜିଲ୍ଲା ଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।

ଅକ୍ଟୋବର ୧ ରେ ଉପକୂଳବର୍ତ୍ତୀ ଅଞ୍ଚଳର କିଛି ସ୍ଥାନ ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡିଶା ର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।