Home Coronavirus Outbreak ପୁଣି ଜଣେ କରୋନା ପଜେଟିଭ ଚିହ୍ନଟ; ରାଜ୍ୟରେ ଆକ୍ରନ୍ତ ସଂଖ୍ୟା ୧୪୯ରେ ପହଞ୍ଚିଲା

ପୁଣି ଜଣେ କରୋନା ପଜେଟିଭ ଚିହ୍ନଟ; ରାଜ୍ୟରେ ଆକ୍ରନ୍ତ ସଂଖ୍ୟା ୧୪୯ରେ ପହଞ୍ଚିଲା

328

ଭୁୁବନେଶର୧ା୫ (ଓଡିଆ ପୁଅ/ବିରଞ୍ଚିନାରାୟଣ ପତ୍ରୀ) ରାଜ୍ୟରେ ପୁଣି ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛି। ଆକ୍ରାନ୍ତ ଯାଜପୁର ଜିଲ୍ଲା ବାସୁଦେବପୁର ଅଞ୍ଚଳର ଜଣେ ୩୫ ବର୍ଷୀୟ ଯୁବତୀ ବୋଲି ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୯ରେ ପହଞ୍ଚିଛି। ସେଥିରୁ ୫୫ ଜଣ ସୁସ୍ଥ ହୋଇଥିବା ବେଳେ ୯୩ ଜଣ ସକ୍ରିୟ ଆକ୍ରାନ୍ତଙ୍କ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସା ଚାଲିଛି। କରୋନା ଭୂତାଣୁ ଯୋଗୁଁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ଶୁକ୍ରବାର ବାଲେଶ୍ୱରର ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ବଲାଙ୍ଗୀରରୁ ୨ଜଣ ଓ ଯାଜପୁରର ଆଉ ୪ଜଣ କରୋନା ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି। ଏଥି ସହିତ ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦ରେ ପହଞ୍ଚିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.