Odiapua.com

୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ୭ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ – ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୦-୬ (ଓଡିଆ ପୁଅ) : ଓଡିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବାରେ ଲାଗିଛି। ଏନେଇ ୬ଟି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ୬ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲେ ଦେବଗଡ, ସୁନ୍ଦରଗଡ, ସମ୍ବଲପୁର, ସୁବର୍ଣ୍ଣପୁର, ଝାରସୁଗୁଡା ଓ ବରଗଡ।

ଏହି ଜିଲ୍ଲା ସମେତ ଓଡିଶାର ୭ଟି ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି ଦିଆଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲେ କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବଲାଙ୍ଗୀର ଏବଂ ବୌଦ୍ଦ ଜିଲ୍ଲା। ଏହି ଜିଲ୍ଲା ଗୁଡ଼ିକରେ ମଧ୍ୟ ଭାରୀ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି।

ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ତାଜା ଅପଡେଟ୍ ଦିଆଯାଇଛି।