Odiapua.com

ବରିଷ୍ଠ କଂଗ୍ରେସ ନେତ୍ରୀ ଶୀଲା ଦିକ୍ଷିତଙ୍କ ବିୟୋଗରେ ପିସିସି ସଭାପତିଙ୍କ ଶୋକ

ଭୁବନେଶ୍ୱର ୨୦.୭ (ଓଡ଼ିଆ ପୁଅ) – ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ, ବରିଷ୍ଠ କଂଗ୍ରେସ ନେତ୍ରୀ ତଥା ଦିଲ୍ଲୀ ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶ୍ରୀମତୀ ଶୀଲା ଦିକ୍ଷିତଙ୍କ ବିୟୋଗରେ ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ଶୋକବାର୍ତ୍ତାରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ସ୍ୱର୍ଗତା ଦିକ୍ଷିତଙ୍କ ବିୟୋଗ ଭାରତୀୟ ଜାତୀୟ କଂଗ୍ରେସ ପାଇଁ ଏକ ଅପୂରଣୀୟ କ୍ଷତି। ଦିଲ୍ଲୀର ସର୍ବାଙ୍ଗୀନ ବିକାଶରେ ଶ୍ରୀମତୀ ଦିକ୍ଷିତଙ୍କ ଭୂମିକା ଅତୁଳନୀୟ। ତାଙ୍କର ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଶ୍ରୀ ପଟ୍ଟନାୟକ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।