Home Top News ସିର୍ମାଉର ଦୁର୍ଘଟଣାରେ ମୃତକଙ୍କ ଲାଗି ପ୍ରଧାନମନ୍ତ୍ରୀଙ୍କ ଶୋକ -ଅନୁକମ୍ପା ରାଶି ଘୋଷଣା

ସିର୍ମାଉର ଦୁର୍ଘଟଣାରେ ମୃତକଙ୍କ ଲାଗି ପ୍ରଧାନମନ୍ତ୍ରୀଙ୍କ ଶୋକ -ଅନୁକମ୍ପା ରାଶି ଘୋଷଣା

61

ନୂଆଦିଲ୍ଲୀ ୨୯-୬ (ଓଡ଼ିଆ ପୁଅ) ହିମାଚଳ ପ୍ରଦେଶର ସିର୍ମାଉର ଦୁର୍ଘଟଣାରେ ମୃତକଙ୍କ ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ସେହିଭଳି ଗୁରୁତର ଭାବେ ଆହତ ପ୍ରତ୍ୟେକ ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବା ନେଇ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି।

ଟ୍ଵିଟ୍ ରେ କୁହାଯାଇଛି:

“ହିମାଚଳ ପ୍ରଦେଶର ସିର୍ମାଉର ଦୁର୍ଘଟଣା ଜନିତ ମୃତକଙ୍କ ପାଇଁ ମୁଁ ମର୍ମାହତ। ଶୋକ ସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ସେହିଭଳି ଗୁରୁତର ଭାବେ ଆହତ ପ୍ରତ୍ୟେକ ବ୍ୟକ୍ତିଙ୍କୁ ମଧ୍ୟ ୫୦ ହଜାର ଟଙ୍କା ପ୍ରଦାନ କରାଯିବ : ପ୍ରଧାନମନ୍ତ୍ରୀ ମୋଦୀ”।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.