Home ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ଜାଣନ୍ତୁ ଗସ୍ତ କାର୍ଯ୍ୟସୂଚୀ

ଆସୁଛନ୍ତି ପ୍ରଧାନମନ୍ତ୍ରୀ, ଜାଣନ୍ତୁ ଗସ୍ତ କାର୍ଯ୍ୟସୂଚୀ

592

ନୂଆ ଦିଲ୍ଲୀ ୨୨-୫ (ଓଡ଼ିଆ ପୁଅ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଗସ୍ତରେ ଆସୁଛନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ଦେଖିବାକୁ ଆମନ୍ତ୍ରଣ କରିଥିଲେ। ଏହି ପରିପ୍ରେକ୍ଷୀରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଗସ୍ତରେ ଆସିବେ। ମୋଦୀ ଆକାଶମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବା ସହ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବେ।

ତେବେ ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ ଜରିଆରେ ସୂଚନା ଦିଆଯାଇଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟସୂଚୀ ମୁତାବକ ୧୦.୪୫ମିନିଟରେ ପଶ୍ଚିମବଙ୍ଗରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ମୋଦି। ସକାଳ ୧୦ଟା ୪୫ ମିନିଟରେ ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗର ଦମଦମ ବିମାନ ବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଏହା ପରେ ହେଲିକେପ୍ଟରରେ ବମିରହାଟ, ସୁନ୍ଦରବନ ସଂଲଗ୍ନ ବାତ୍ୟା ବିଧ୍ୱସ୍ତ ଅଞ୍ଚଳ ପରିଦର୍ଶନ କରିବେ। ପିଏମଙ୍କ ସହ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଉପସ୍ଥିତ ରହିବେ।

୧୧: ୨୦ରେ ପ୍ରଧାନମନ୍ତ୍ରୀ ବସିରହାଟ ଠାରେ ରାଜ୍ୟ ଅଧିକାରୀମାନଙ୍କ ସହ ଏକ ବୈଠକରେ ଯୋଗ ଦେବେ। ସେଠାରୁ ଅପରାହ୍ଣ ୧୨: ୫୦ରେ କୋଲ୍‌କାତା ଅଭିମୁଖେ ଯାତ୍ରା ଆରମ୍ଭ କରିବେ। ଅପରାହ୍ଣ ୧: ୨୦ରେ କୋଲ୍‌କାତା ବିମାନ ବନ୍ଦରରେ ପହଞ୍ଚି ୧: ୩୦ରେ ଭୁବନେଶ୍ବର ଅଭିମୁଖେ ଯାତ୍ରା ଆରମ୍ଭ କରିବେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.