Odiapua.com

ତପ୍ତପାଣି ବସ୍ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୯-୧ (ଓଡ଼ିଆ ପୁଅ) ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟିରେ ମର୍ମନ୍ତୁଦ ବସ୍ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ୮କୁ ବୃଦ୍ଧି ପାଇଥିବା ବେଳେ ଏଥିରେ ୪୦ରୁ ଊର୍ଦ୍ଧ୍ୱ ଲୋକେ ଆହତ ହୋଇଛନ୍ତି। ଆହତମାନଙ୍କୁ ଦିଗପହଣ୍ଡି ଓ ବ୍ରହ୍ମପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ଏହା ବ୍ୟତୀତ ଆହତ ହୋଇଥିବା ଲୋକମାନଙ୍କର ସମସ୍ତ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବେ।

ଆହତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦିଗପହଣ୍ଡି ଏବଂ ବ୍ରହ୍ମପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ମାରୁତି ନାମକ ବସଟି ରାୟଗଡାରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ବେଳେ ଘାଟି ଉପରୁ ତଳକୁ ଖସିପଡିଥିଲା। ବସରେ ୫୦ରୁ ଅଧିକ ଯାତ୍ରୀ ଥିଲେ। ଆହତଙ୍କ ମଧ୍ୟରେ ଅନେକ ଶିଶୁ ଓ ମହିଳା ଥିଲେ।

ଗଞ୍ଜାମ ତପ୍ତପାଣି ଘାଟି ବସ ଦୁର୍ଘଟଣା ଖବର ଅତ୍ୟନ୍ତ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି।