ପୁରୀ ୩-୧ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡର ସଭାପତି ତଥା ଭାରତୀୟ କ୍ରିକେଟ ଦଳର ପୂର୍ବତନ କ୍ୟାପଟେନ ସୌରଭ ଗାଙ୍ଗୁଲିଙ୍କ ଆଶୁ ଆରୋଗ୍ୟ କାମନା କରି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟନାୟକ ପୁରୀ ବେଳାଭୂମିରେ ନିର୍ମାଣ କରିଛନ୍ତି ଏକ ବାଲୁକା କଳା ସ୍ଥାପତ୍ୟ। ଏକ କ୍ରିକେଟ ବ୍ୟାଟରେ ଗାଙ୍ଗୁଲିଙ୍କ ଫଟୋ ରଖି ସେଥିରେ ଦାଦାଙ୍କ ସୁସ୍ଥ ଜୀବନ କାମନା କରିଛନ୍ତି ଶିଳ୍ପୀ ଶ୍ରୀ ପଟ୍ଟନାୟକ। ଗତକାଲି ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଗାଙ୍ଗୁଲି ଏବେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଏବେ ସେ ସୁସ୍ଥ ଅଛନ୍ତି।