Home ଓଡ଼ିଶା ୯ଟି ରାଜ୍ୟ ଯୋଗ ଓ ନେଚରପ୍ୟାଥି କେନ୍ଦ୍ରୀୟ ଗବେଷଣା ପ୍ରତିଷ୍ଠାନ ଖୋଲିବା ପାଇଁ ଜମି ଯୋଗାଇ...

୯ଟି ରାଜ୍ୟ ଯୋଗ ଓ ନେଚରପ୍ୟାଥି କେନ୍ଦ୍ରୀୟ ଗବେଷଣା ପ୍ରତିଷ୍ଠାନ ଖୋଲିବା ପାଇଁ ଜମି ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି

64

– ଓଡ଼ିଶା ସମେତ ୩ଟି ରାଜ୍ୟକୁ କେନ୍ଦ୍ରୀୟ ଅନୁଦାନ ଯୋଗାଇ ଦିଆଯାଇଛି

ନୂଆ ଦିଲ୍ଲୀ ୧୫-୯ (ଓଡ଼ିଆ ପୁଅ) ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, କେରଳ, ପଶ୍ଚିମବଂଗ, ରାଜସ୍ଥାନ, ଝାଡଖଣ୍ଡ, ଛତିଶଗଡ, କର୍ଣ୍ଣାଟକ ଏବଂ ହରିଆନା ନିଜ ନିଜ ରାଜ୍ୟରେ କେନ୍ଦ୍ରୀୟ ଯୋଗ ଓ ନେଚରପ୍ୟାଥି ପ୍ରତିଷ୍ଠାନ ଖୋଲିବା ପାଇଁ ଜାଗା ଯୋଗାଇ ଦେବାକୁ ପ୍ରସ୍ତାବ ଦେଇଛନ୍ତି। ଯୋଗ ଓ ନେଚରପ୍ୟାଥି କେନ୍ଦ୍ରୀୟ ଗବେଷଣା ପରିଷଦ ଆୟୂଷ ମନ୍ତ୍ରଣାଳୟ ଅଧୀନରେ ଏକ ସ୍ୱୟଂଶାସିତ ସଂସ୍ଥାଭାବେ କାର୍ଯ୍ୟ କରୁଛି। ଓଡିଶା, ହରିଆନା ଓ କର୍ଣ୍ଣାଟକରେ ଏହି କେନ୍ଦ୍ର ପ୍ରତିଷ୍ଠା ପାଇଁ ସରକାର ଇତିମଧ୍ୟରେ ପାଣ୍ଠି ଯୋଗାଣ ଆରମ୍ଭ କରିଛନ୍ତି।

ଆଜି ରାଜ୍ୟସଭାରେ ଏ ସଂପର୍କ ଏକ ପ୍ରଶ୍ନର ଉତ୍ତର ଦେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ହର୍ଷବର୍ଦ୍ଧନ କହିଛନ୍ତି ଯେ କେନ୍ଦ୍ର ସରକାର ଏ ପର୍ଯ୍ୟନ୍ତ ୩ଟି ରାଜ୍ୟକୁ ୧୨୧ କୋଟିରୁ ଅଧିକ ଟଙ୍କା ଯୋଗାଇ ଦେଇଛନ୍ତି। ହରିୟାଣାକୁ ଦିଆଯାଇଥିବା ୫୯.୨୧ କୋଟି ଟଙ୍କା ମଧ୍ୟରୁ ୫୬.୫୫ କୋଟି ଟଙ୍କା ଖର୍ଚ୍ଚ ହୋଇସାରିଛି। ସେହିଭଳି କର୍ଣ୍ଣାଟକକୁ ଦିଆଯାଇଥିବା ୫୯.୬୭ କୋଟି ଟଙ୍କା ମଧ୍ୟରୁ ୫୬.୩୫ କୋଟି ଟଙ୍କା ବିନିଯୋଗ ହୋଇଛି। ଓଡ଼ିଶା ସରକାରଙ୍କୁ ଏହି କେନ୍ଦ୍ର ସ୍ଥାପନ ପାଇଁ ଯୋଗାଇ ଦିଆଯାଇଥିବା ୧.୫୮ କୋଟି ଟଙ୍କା ମଧ୍ୟରୁ ୯ ଲକ୍ଷ ଟଙ୍କା ବିନିଯୋଗ ହୋଇଛି। ସମଗ୍ର ଦେଶରେ ଯୋଗ ଓ ନେଚରପ୍ୟାଥିକୁ ପ୍ରୋତ୍ସାହିତ କରିବା ସହ ବିଦେଶରେ ଏହାକୁ ପହଞ୍ଚାଇବା ଲକ୍ଷ୍ୟରେ ଏସବୁ କେନ୍ଦ୍ର ପ୍ରତିଷ୍ଠା କରାଯାଉଛି ବୋଲି ସେ କହିଛନ୍ତି। ଅନ୍ୟ ୬ଟି ରାଜ୍ୟ ସରକାର ଏଥିପାଇଁ ଜମି ଏବଂ ଆବଶ୍ୟକ ସୁବିଧା ସୁଯୋଗ ଯୋଗାଇ ଦେବାକୁ ପ୍ରସ୍ତାବ ଦେଇଛନ୍ତି ଏବଂ ପର୍ଯ୍ୟାୟକ୍ରମେ ସେସବୁ ରାଜ୍ୟକୁ କେନ୍ଦ୍ରୀୟ ସହାୟତା ପ୍ରଦାନ କରାଯିବ ବୋଲି ଡଃ ହର୍ଷବର୍ଦ୍ଧନ ସୂଚନା ଦେଇଛନ୍ତି।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.