Home ଆମ ପର୍ବ ପର୍ବାଣୀ ଆଜି ସୁନାବେଶ: ସୁବର୍ଣ୍ଣ ଆଭୂଷଣରେ ସଜ୍ଜିତ ହେବେ ଶ୍ରୀ ବିଗ୍ରହ

ଆଜି ସୁନାବେଶ: ସୁବର୍ଣ୍ଣ ଆଭୂଷଣରେ ସଜ୍ଜିତ ହେବେ ଶ୍ରୀ ବିଗ୍ରହ

235

ସୁନାବେଶ ବା ରାଜବେଶ ବା ବଡ଼ତଢାଉ ବେଶ ମହାପ୍ରଭୁଙ୍କର ଏକ ବିଶେଷ ବେଶ, ଯହିଁରେ ଶ୍ରୀ ବିଗ୍ରହଙ୍କୁ ସୁବର୍ଣ୍ଣ ଆଭୂଷଣରେ ସଜା ଯାଇଥାଏ।ପ୍ରତିବର୍ଷ ସୁନାବେଶ ପାଞ୍ଚଥର ଅନୁଷ୍ଠିତ ହୋଇଥାଏ।ଏହା ସାଧାରଣତଃ ପୌଷ ପୂର୍ଣ୍ଣିମା (ପୁଷ୍ୟାଭିଷେକ), ଫାଲଗୁନ ପୂର୍ଣ୍ଣିମା (ଦୋଳ ପୂର୍ଣ୍ଣିମା), ହରିଶୟନ ଏକାଦଶୀ (ବାହୁଡ଼ା ଏକାଦଶୀ), କାର୍ତ୍ତିକ ପୂର୍ଣ୍ଣିମା (ରାଜରାଜେଶ୍ୱର ବେଶ) ଓ ବିଜୟାଦଶମୀ (ଦଶହରା) ଦିନ ଅନୁଷ୍ଠିତ ହୋଇଥାଏ।ଏଥି ମଧ୍ୟରୁ ଶ୍ରୀମନ୍ଦିରସ୍ଥ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନେ କାର୍ତ୍ତିକ ପୂର୍ଣ୍ଣିମା, ପୌଷ ପୂର୍ଣ୍ଣିମା, ଦୋଳ ପୂର୍ଣ୍ଣିମା ଓ ଦଶହରା ତିଥି ଗୁଡ଼ିକରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି ଓ କେବଳ ଥରେ ମାତ୍ର ସମସ୍ତ ବର୍ଗର ଭକ୍ତଙ୍କ ପାଇଁ ଆଷାଢ଼ ଶୁକ୍ଲ ଏକାଦଶୀ ଦିନ ସିଂହଦ୍ୱାରଠାରେ ରଖାଯାଇଥିବା ତିନିରଥ ଉପରେ ସୁନାବେଶରେ ସଜ୍ଜିତ ହୋଇଥାଆନ୍ତି।

ବୋଲବମ ଯାତ୍ରାରେ କେବଳ ଭଜନ ହିଁ ବାଜିବ; ଯାତ୍ରା ମାର୍ଗରେ ରହିବନି ମଦ ଦୋକାନ କି କଂସେଇ ଖାନା

ଓଡ଼ିଆଣୀଙ୍କ ପର୍ବ: ସୁଦଶା ବ୍ରତ

ଶ୍ରୀ ଜୀଉମାନଙ୍କର ମଧ୍ୟାହ୍ନ ଧୂପ ଶେଷ ହେବା ପରେ, ପ୍ରାୟ ୨ଘଣ୍ଟା ସମୟ ବିନିମୟରେ ତିନିରଥ ଉପରେ ସୁନାବେଶ ଅନୁଷ୍ଠିତ ହୋଇଥାଏ । ଶ୍ରୀଜୀଉମାନେ ସୁନାବେଶରେ ପ୍ରାୟ ୬ଘଣ୍ଟା ପର୍ଯ୍ୟନ୍ତ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି ।

ଇତିହାସ : –

ଶିଳାଲେଖରେ ଉଲ୍ଲେଖ ରହିଛି ରାଜା ଅନଙ୍ଗଭୀମ ଦେବ (୧୨୧୧-୧୨୩୮) ଓଡ଼ିଆଙ୍କ ପରମାଧ୍ୟ ଶ୍ରୀଜଗନ୍ନାଥଙ୍କୁ ରାଷ୍ଟ୍ର ଦେବତା ରୂପେ ଘୋଷଣା କରିଥିଲେ।ରାଜା ମହାରାଜାମାନେ ପ୍ରଭୁଙ୍କ ଆଦେଶ ବାହକ ସେବକ ରୂପେ ସେବା କରୁଥିଲେ।କିଛି ରାଜା ମହାପ୍ରଭୁଙ୍କୁ ଓଡ଼ିଶାର ରାଜା ରୂପେ ଘୋଷଣା କରି ରାଜଭିଷେକ ମଧ୍ୟ କରିଥିଲେ।କିଛି ଗବେଷକଙ୍କ ମତରେ ରାଜା ଅନଙ୍ଗଭୀମ ଦେବ ପବିତ୍ର ଆଷାଢ଼ ଏକାଦଶୀ ତିଥିରେ ସୁନାବେଶ ଆରମ୍ଭ କରାଇଥିଲେ।ଅନ୍ୟ କେତେକ ଗବେଷକଙ୍କ ମତରେ ରଥ ଉପରେ ସୁନାବେଶ ବଡ଼ତଢାଉଙ୍କ ପରାମର୍ଶରେ ରାଜା କରେଇଥିଲେ।ବଡ଼ତଢାଉ ବେଶ ମତରେ ରାଜା କପିଳେନ୍ଦ୍ର ଦେବ ୧୪୬୦ରେ ଦକ୍ଷିଣ ବିଜୟରୁ ଫେରିବା ବେଳେ ୧୬ଟି ହାତୀ ପିଠିରେ ବୋଝେଇ ସୁନାଅଳଙ୍କାର ଆଣିଥିଲେ।ଏହାକୁ ମହାପ୍ରଭୁଙ୍କୁ ସମର୍ପଣ କରିଥିବା ନେଇ ଜୟବିଜୟ ଦ୍ୱାର ସ୍ଥିତ ଶିଳାଲେଖରେ ସୂଚନା ରହିଛି।ଅଳଙ୍କାର ସମ୍ପର୍କରେ ରାଜା ବଡ଼ତଢାଉଙ୍କ ପରାମର୍ଶ ନେଇଥିଲେ।ରତ୍ନବେଦିରେ ମହାପ୍ରଭୁଙ୍କ ବିଭିନ୍ନ ବେଶକୁ ସବୁ ବର୍ଗରେ ଭକ୍ତ ଦର୍ଶନ କରି ପାରୁନାହାନ୍ତି, ତେଣୁ ରଥ ଉପରେ ସବୁ ବର୍ଗର ଲୋକ ଦର୍ଶନ ପାଇଁ ମହାପ୍ରଭୁଙ୍କ ସୁନାବେଶ କରେଇବାକୁ ବଡ଼ତଢାଉ ରାଜାଙ୍କୁ ବିନତି କରିଥିଲେ।ଦକ୍ଷିଣାଭିମୁଖୀ ଯାତ୍ରାରେ ତିନି ରଥ ସିଂହଦ୍ୱାରରେ ପହଞ୍ଚିବା ପରେ ବଡ଼ ଏକାଦଶୀ ଦିନ ରଥ ଉପରେ ସୁନାବେଶ କରିବାକୁ ରାଜା ଅନୁମତି ଦେଇଥିଲେ।ବହୁବର୍ଷ ଧରି ରଥ ଉପରେ ସୁନାବେଶରେ ମହାପ୍ରଭୁଙ୍କୁ ୧୩୮ ପ୍ରକାର ରତ୍ନ ଖଚିତ ସ୍ୱର୍ଣ୍ଣାଳଙ୍କାର ଲାଗି ହେଇଥିଲା।ଏବେ ଏଥିରେ କିଛି ପରିବର୍ତ୍ତନ ହେଇଛି।ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ପରେ ରଥ ଉପରେ ସୁନାବେଶ ପାଇଁ ଭଣ୍ଡାର ଗୃହରୁ ପାଳିଆ ଭଣ୍ଡାରି ମେକାପ, ପାଳିଆ ଖୁଣ୍ଟିଆ ସେବକ, ମାଜିଷ୍ଟ୍ରେଟ ପୋଲିସ ଓ ଶ୍ରୀମନ୍ଦିର ଅଫିସରଙ୍କ ଉପସ୍ଥିତିରେ ବେଶ ଅଳଙ୍କାର ଗଣତି କରି ଆଣିଥାଆନ୍ତି।ତିନି ରଥରେ ରଥାରୂଢ଼ ଦାରୁଦେବତାଙ୍କୁ ପାଳିଆ ପୁଷ୍ପାଳକ, ଦଇତାପତି, ଖୁଣ୍ଟିଆ ମେକାପ, ତଳୁଚ୍ଛ, ଭିତରଚ୍ଛ ପ୍ରମୁଖ ସୁନାବେଶ ଆଭୁଷଣ ଲାଗି କରିଥାଆନ୍ତି।//ଦେବଦତ୍ତ ରଥ

ଶ୍ରୀଜୀଉ ମାନଙ୍କର ଅଳଙ୍କାର :-

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.