Home Coronavirus Outbreak ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କ ପତ୍ନୀଙ୍କର ଦେହାନ୍ତ

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କ ପତ୍ନୀଙ୍କର ଦେହାନ୍ତ

56

ଭୁବନେଶ୍ୱର ୨୩-୧୧ (ଓଡ଼ିଆ ପୁଅ) – ରାଜ୍ୟପାଳ ପ୍ରଫେସର ଗଣେଶାୀ ଲାଲ୍‌ଙ୍କ ପତ୍ନୀଙ୍କର ଦେହାନ୍ତ ହୋଇଛି। ରାଜ୍ୟପାଳଙ୍କ ପତ୍ନୀ ସୁଶୀଳା ଦେବୀଙ୍କ ଏକ ଘରୋଇ ହସପିଟାଲରେ ପରଲୋକ ହୋଇଥିବା ରାଜଭବନ ଟ୍ୱିଟ କରି ସୂଚନା ଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି।

ସୁଶୀଳା ଦେବୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଜଣେ ଧର୍ମପ୍ରାଣ ଓ ପରୋପକାରୀ ମହିଳା ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟପାଳ ଓ ତାଙ୍କ ଶୋକ ସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ରାଜ୍ୟପାଳଙ୍କ ପତ୍ନୀଙ୍କ ବିୟାଗରେ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଜୀଙ୍କ ଧର୍ମପତ୍ନୀ ସୁଶିଳା ଦେବୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ବର୍ଗକୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ। ଅମର ଆତ୍ମାର ସଦଗତି କାମନା କରୁଛି।

ସୂଚନାଯୋଗ୍ୟଯେ, ନଭେମ୍ବର ୧ତାରିଖରେ କୋରୋନାରେ ଆକ୍ରାନ୍ତ ହୋଇ ସେ ଚିକିତ୍ସାଧୀନ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.