Odiapua.com

ଓଡ଼ିଶାରେ ପୁଣି ୩ କରୋନା ଆକ୍ରାନ୍ତ ଚିହ୍ନଟ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫କୁ ବୃଦ୍ଧି

ଭୁବନେଶ୍ଵର ୨୯-୪ (ଓଡ଼ିଆ ପୁଅ) : ରାଜ୍ୟରେ ପୁଣି ଆଉ ୩ ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହି ତିନି ଜଣ ବାଲେଶ୍ଵରର। ଏହି ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାର ମୋଟ ଆକ୍ରାନ୍ତ ସଂଖା ୧୯ରେ ପହଞ୍ଚିଥିବା ବେଳେ ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫କୁ ବୃଦ୍ଧି ପାଇଛି। ସେମାନେ ନିକଟରେ ପଶ୍ଚିମବଙ୍ଗରୁ ଫେରିଥିବା ସୂଚନା ମିଳିଛି। ସମସ୍ତ ଆକ୍ରାନ୍ତ ପୁରୁଷ ଓ ବୟସ ଯଥାକ୍ରମେ ୪୪, ୬୧ ଓ ୬୩ ବର୍ଷ ବୋଲି ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ।

ତେବେ ବର୍ତ୍ତମାନ ରାଜ୍ୟରେ ୧୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮ଜଣ ସୁସ୍ଥ ହୋଇଛନ୍ତି ଓ ଜଣଙ୍କର ମୃତ୍ୟୁ ହୋଇଛି। ଏବଂ ୮୬ଜଣ ସକ୍ରିୟ ରହିଛନ୍ତି।