Odiapua.com

ବାଲେଶ୍ୱରରୁ ପୁଣି ୨ କରୋନା ପଜିଟିଭ୍ ଚିହ୍ନଟ, ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯ କୁ ବୃଦ୍ଧି

ଭୁବନେଶ୍ୱର ୨୩-୪ (ଓଡ଼ିଆ ପୁଅ) : ପୁଣି ବାଲେଶ୍ୱର ଜିଲ୍ଲାରୁ ଦୁଇ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ସୂଚନା ଦିଆଯାଇଛି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ଦେଇଛି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୯ କୁ ବୃଦ୍ଧି ହୋଇଛି। ତେବେ ୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ୫୫ ବର୍ଷୀୟ ମହିଳା ହୋଇଥିବା ବେଳେ ଅନ୍ୟ ଜଣେ ୩୬ ବର୍ଷୀୟ ଯୁବକ। ଏହି ଦୁଇଜଣ ବାଲେଶ୍ୱର ଜିଲ୍ଲାର ବୋଲି ସୂଚନା ମିଳିଛି। ବାଲେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ରେ ପହଞ୍ଚିଛି। ପୂର୍ବରୁ ପଜିଟିଭ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଏହି ଦୁଇ ଜଣ ଆକ୍ରାନ୍ତ ହୋଇଥିବା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଏମାନଙ୍କର କଣ୍ଟାକ୍ଟ ଟ୍ରେସିଂ ଓ ଗସ୍ତ ବିବରଣୀ ସଂଗ୍ରହ କାର୍ଯ୍ୟ ଆରମ୍ଭ କରାଯାଇଛି।

ସୂଚନାଯୋଗ୍ୟଯେ, ଆଜି ଯାଜପୁର ଜିଲ୍ଲାରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ପରେ ବାଲେଶ୍ୱର ଜିଲ୍ଲାର ଦୁଇ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟର ୮୯ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୫ ଜଣ କରୋନା ଆକ୍ରାନ୍ତ ଆକ୍ଟିଭ ଥାଇ ଚିକିତ୍ସିତ ହେଉଛନ୍ତି। ଆଜି ଜଣେ ସୁସ୍ଥ ହୋଇଛନ୍ତି। ସୋଟ ୩୩ ଜଣ ସୁସ୍ଥ ହୋଇସାରିଛନ୍ତି।