Odiapua.com

ସାବାସ୍: ପ୍ଲାଜମା ଦାନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ଧର୍ମେନ୍ଦ୍ର ଆଜି ତାଙ୍କର ପ୍ଲାଜମା ଦାନ କରିଛନ୍ତି। ସୂଚନାଯୋଗ୍ୟ ଯେ କିଛିଦିନ ପୂର୍ବେ ଧର୍ମେନ୍ଦ୍ର ପ୍ରଧାନ କରୋନା ଆକ୍ରାନ୍ତ ହୋଇଥିଲେ। କରୋନାରୁ ସୁସ୍ଥ ହେବା ପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ଆଜି କଟକ ସ୍ଥିତ ଏସସିବି ମେଡିକାଲ୍ କଲେଜରେ ସେ ତାଙ୍କ ପ୍ଲାଜମା ଦାନ କରିଛନ୍ତି। ପ୍ଲାଜମା ଦାନ କରି ଧର୍ମେନ୍ଦ୍ର ଅନ୍ୟ ମାନଙ୍କ ପାଇଁ ଏକ ଉଦାହରଣ ସୃଷ୍ଟି କରିଛନ୍ତି। ବର୍ତ୍ତମାନ ସମୟରେ କରୋନାରେ ଗୁରୁତର ସଂକ୍ରମିତଙ୍କ ଜୀବନ ରକ୍ଷା କରିବାରେ ପ୍ଲାଜମାର ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି। ତେଣୁ ସମସ୍ତଙ୍କୁ ଏଥିପାଇଁ ଆଗେଇ ଆସିବା ସହ, ପ୍ଲାଜମା ଦାନ କରିବା ସଚେତନତା ଅଭିଯାନକୁ ଅଧିକ ବ୍ୟାପକ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିବେଦନ କରିଛନ୍ତି। /-@DevDr