କୋଭିଡ-19 ସଂକ୍ରାନ୍ତରେ ସଦ୍ୟତମ ସୂଚନା
• ଆରୋଗ୍ୟ ହାର ଶତକଡା 52.47 କୁ ବୃଦ୍ଧି
• କୋଭିଡ-19କୁ ନେଇ ଥିବା ଅନ୍ଧବିଶ୍ଵାସର ମୁକାବିଲା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ମାର୍ଗଦର୍ଶିକା
ନୂଆ ଦିଲ୍ଲୀ ୧୬-୬ (ଓଡ଼ିଆ ପୁଅ) ଗତ 24 ଘଣ୍ଟା ମଧ୍ୟରେ ଦେଶରେ 10,215 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ଏ ପର୍ଯ୍ୟନ୍ତ 1,80,012 ଜଣ ଆରୋଗ୍ୟ ଲାଭ କରିଥିବା ବେଳେ ଆରୋଗ୍ୟ ହାର ଶତକଡା 52.47 ରହିଛି । ଅଧାରୁ ଅଧିକ ସଂକ୍ରମିତ ରୋଗୀ ରୋଗମୁକ୍ତ ହୋଇଥିବା ଏଥିରୁ ଜଣାପଡିଛି ।
ବର୍ତ୍ତମାନ 1,53,178 ଜଣ ସକ୍ରିୟ ରୋଗୀ ଚିକିତ୍ସାଧୀନ ଅଛନ୍ତି ।
କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ କରୋନା ମହାମାରୀଜନିତ ବିଭିନ୍ନ ଅନ୍ଧବିଶ୍ଵାସକୁ ନେଇ ଏକ ମାର୍ଗଦର୍ଶିକା ଜାରି କରିଛି । ଏହି ମାର୍ଗଦର୍ଶିକା https://www.mohfw.gov.in/pdf/GuidetoaddressstigmaassociatedwithCOVID19.pdf ରେ ଉପଲବ୍ଧ।
କୋଭିଡ-19 ସମ୍ବନ୍ଧୀୟ ବୈଷୟିକ ତଥ୍ୟ, ମାର୍ଗଦର୍ଶିକା ଓ ନିୟମାବଳୀର ସୂଚନା ପାଇଁ ନିୟମିତ ପରିଦର୍ଶନ କରନ୍ତୁ: https://www.mohfw.gov.in/ ଏବଂ @MoHFW_INDIA ।
ଏ ସମ୍ପର୍କିତ ବୈଷୟିକ ପ୍ରଶ୍ନାବଳୀ [email protected] ଏବଂ [email protected] ଏବଂ @CovidIndiaSeva କୁ ପଠାଇ ପାରିବେ ।
କୋଭିଡ-19 ଜନିତ କୌଣସି ଜିଜ୍ଞାସା ପାଇଁ ଦୟାକରି ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟର ହେଲ୍ପଲାଇନ ନଂ : + 91-11-23978046 କିମ୍ବା 1075 (ଦେୟ ମୁକ୍ତ)ରେ ସମ୍ପର୍କ କରିପାରନ୍ତି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର କୋଭିଡ-19 ହେଲ୍ପଲାଇନ ନମ୍ବରଗୁଡ଼ିକର ତାଲିକା ନିମ୍ନ ୱେବସାଇଟ ରେ ଉପଲବ୍ଧ ।
https://www.mohfw.gov.in/pdf/coronvavirushelplinenumber.pdf