Home Coronavirus Outbreak ପ୍ରାୟ ୧୬ ଲକ୍ଷ ସୁସ୍ଥଙ୍କ ସହ ଭାରତର ଆରୋଗ୍ୟ ହାର ପାଖାପାଖି ୭୦ ପ୍ରତିଶତ –...

ପ୍ରାୟ ୧୬ ଲକ୍ଷ ସୁସ୍ଥଙ୍କ ସହ ଭାରତର ଆରୋଗ୍ୟ ହାର ପାଖାପାଖି ୭୦ ପ୍ରତିଶତ – ମୃତ୍ୟୁହାର ୨ ପ୍ରତିଶତ ତଳକୁ ଖସିଲା

144

ନୂଆ ଦିଲ୍ଲୀ ୧୨-୮ (ଓଡ଼ିଆ ପୁଅ) ସକ୍ରିୟ ଆବଧାଞ୍ଚଳର ସଫଳ ପରିଚାଳନା, ବ୍ୟାପକ ପରୀକ୍ଷା ଓ ଉତ୍ତମ ଚିକିତ୍ସା ଯୋଗୁଁ ଦେଶରେ କରୋନା ରୋଗୀ ସଂଖ୍ୟା ହ୍ରାସ ପାଇ ପାଖାପାଖି ଶତକଡା ୭୦ରେ ପହଞ୍ଚିଛି। ଅଧିକରୁ ଅଧିକ ରୋଗୀ ସୁସ୍ଥ ହୋଇ ଚିକିତ୍ସାଳୟ ଓ ଘରୋଇ ଏକାନ୍ତବାସରୁ ମୁକ୍ତି ପାଉଥିବା ବେଳେ ମୋଟ ସଂଖ୍ୟା ୧୫, ୮୩, ୪୮୯ରେ ପହଞ୍ଚିଛି। କେବଳ ଗତ ୨୪ ଘଣ୍ଟା ମଧ୍ୟରେ ୪୭, ୭୪୬ ଜଣ ହସ୍ପିଟାଲରୁ ଘରକୁ ଫେରିଛନ୍ତି। ଦେଶରେ ପ୍ରକୃତ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬, ୩୯, ୯୨୯ ହୋଇଥିବାବେଳେ ଏହା ମୋଟ ପଜିଟିଭ ମାମଲାର ମାତ୍ର ୨୮.୨୧ ପ୍ରତିଶତ। ସେମାନେ ବିଭିନ୍ନ ହସପିଟାଲର ତତ୍ଵାବଧାନରେ ଚିକିତ୍ସିତ ହେଉଛନ୍ତି। ନିରବଚ୍ଛିନ୍ନ ଭାବେ ସୁସ୍ଥତା ହାର ବୃଦ୍ଧି ପାଉଥିବା ଯୋଗୁଁ ସକ୍ରିୟ ରୋଗୀଙ୍କ ତୁଳନାରେ କରୋନା ସଂକ୍ରମଣରୁ ଆରୋଗ୍ୟ ହୋଇଥିବା ରୋଗୀଙ୍କ ସଂଖ୍ୟା ୯.୫ ଲକ୍ଷ ହୋଇଛି। ଭାରତର ପରୀକ୍ଷା, ଚିହ୍ନଟ, ଚିକିତ୍ସା ରଣନୀତି ସଫଳ ହୋଇଥିବାରୁ ପ୍ରତିଦିନ ଆରୋଗ୍ୟ ଓ ସଂକ୍ରମିତ ରୋଗୀଙ୍କ ମଧ୍ୟରେ ପାର୍ଥକ୍ୟ ବୃଦ୍ଧି ପାଇବାରେ ଲାଗିଛି। ଦକ୍ଷ କ୍ଲିନିକାଲ ଚିକିତ୍ସା, ଗୁଣାତ୍ମକ ସେବା ଓ ସମୟାନୁଯାୟୀ ଚିକିତ୍ସା ଯୋଗୁଁ କୋଭିଡ-୧୯ ପରିଚାଳନାରେ ଆଶାନୁରୂପ ଉନ୍ନତି ପରିଲକ୍ଷିତ ହୋଇଛି, ଫଳରେ ମୃତ୍ୟୁ ହାର ବିଶ୍ଵର ଅନ୍ୟାନ୍ୟ ଦେଶ ତୁଳନାରେ ଯଥେଷ୍ଟ କମ ରହିଛି। ଆଜି ଏହା ୨ ପ୍ରତିଶତରୁ ହ୍ରାସ ପାଇଁ ୧.୯୯ ପ୍ରତିଶତରେ ପହଞ୍ଚିଛି।

କୋଭିଡ୍‌ ଜନିତ ସମସ୍ତ ପ୍ରକାର ବୈଷୟିକ ପ୍ରସଙ୍ଗରେ ନିର୍ଭୁଲ ଏବଂ ସର୍ବଶେଷ ତଥ୍ୟ, ନିର୍ଦ୍ଦେଶାବଳୀ ଓ ପରାମର୍ଶ ପାଇଁ ଭିଜିଟ୍‌ କରନ୍ତୁ: https://www.mohfw.gov.in/ and @MoHFW_INDIA।

କୋଭିଡ୍‌ ସଂକ୍ରାନ୍ତ ବୈଷୟିକ ପ୍ରଶ୍ନ ପଠାଇବା ପାଇଁ covid୧୯@gov.in ଏବଂ ଅନ୍ୟାନ୍ୟ ପ୍ରଶ୍ନ ncov୨୦୧୯@gov.in and @CovidIndiaSeva।

କୋଭିଡ-୧୯ ସଂକ୍ରାନ୍ତ କୌଣସି ପ୍ରଶ୍ନ ମଧ୍ୟ ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟର ହେଲ୍‌ପଲାଇନ ନଂ – +୯୧-୧୧-୨୩୯୭୮୦୪୬ କିମ୍ବା ୧୦୭୫ (ନିଃଶୁଳ୍କ)କୁ ପଚରା ଯାଇପାରିବ।

ରାଜ୍ୟଗୁଡିକର ହେଲ୍‌ପଲାଇନ ନଂ: https://www.mohfw.gov.in/pdf/ coronvavirushelplinenumber.pdf ରେ ଉପଲବ୍ଧ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.