Home ଅନୁଗୁଳ ୟେଲୋ ୱାର୍ଣ୍ଣିଂ ଜାରୀ: ୧୫ଟି ଜିଲ୍ଲା ପାଇଁ ସତର୍କ ସୂଚନା

ୟେଲୋ ୱାର୍ଣ୍ଣିଂ ଜାରୀ: ୧୫ଟି ଜିଲ୍ଲା ପାଇଁ ସତର୍କ ସୂଚନା

527

ଭୁବନେଶ୍ୱର: ଓଡ଼ିଶା ପାଣିପାଗ ବିଭାଗ ପକ୍ଷରୁ ୧୫ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରୀ କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ଗଜପତି, ଗଞ୍ଜାମ, ନୟାଗଡ଼, କନ୍ଧମାଳ, ବୌଦ୍ଧ, ଖୋର୍ଦ୍ଧା, ପୁରୀ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ କଟକ। ଏହିସବୁ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସହିତ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ବୋଲି ଅନୁମାନ କରିଛି ଓଡ଼ିଶା ପାଣିପାଗ ବିଭାଗ। ତେଣୁ ଆସନ୍ତା ୨୪ ଘଣ୍ଟା ଯାଏଁ ଏହି ସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। /-ଦେବଦତ୍ତ ରଥ

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.