Odiapua.com

ଆଜି ପାଇଁ ଏହି ୧୧ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ – ପ୍ରବଳ ବର୍ଷିବ

ଭୁବନେଶ୍ୱର ୧୨-୬ (ଓଡ଼ିଆ ପୁଅ) ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହି ୧୧ ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣି ଜାରୀ କରିଛି ପାଣିପାଗ ବିଭାଗ।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ସମ୍ବଲପୁର, ଦେଓଗଡ, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ, କଟକ, ନୟାଗଡ଼ ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଅପରପକ୍ଷରେ ଓଡ଼ିଶାର ଅଧିକାଂଶ ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି ବୋଲି କହିଛି ପାଣିପାଗ ବିଭାଗ।