Odiapua.com

ଏହି ୧୩ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ – ପ୍ରବଳ ବର୍ଷିବ

ଭୁବନେଶ୍ୱର ୧୭-୬ (ଓଡ଼ିଆ ପୁଅ) ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହି ୧୩ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣି ଜାରୀ କରିଛି ପାଣିପାଗ ବିଭାଗ।

ସୁନ୍ଦରଗଡ, ଝାରସୁଗୁଡ଼ା, ବରଗଡ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଯାଜପୁର, ଢେଙ୍କାନାଳ ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଅପରପକ୍ଷରେ ଉତ୍ତର ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି ବୋଲି କହିଛି ପାଣିପାଗ ବିଭାଗ।