ଭୁବନେଶ୍ୱର ୧୮ ଜୁଲାଇ (ଓଡ଼ିଆ ପୁଅ) ୨୧ ଜୁଲାଇରେ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଉପକୂଳରେ ଏକ ଲଘୁଚାପ ଅଞ୍ଚଳ ସୃଷ୍ଟି ହେବାର ସମ୍ଭାବନା ଅଛି। ଏ ନେଇ ପାଣିପାଗ ବିଭାଗ ଆଖଳନ କରିଛି।
ଆସନ୍ତା ୧୨ ଘଣ୍ଟା ମଧ୍ୟରେ ନୂଆପଡ଼ା , କଳାହାଣ୍ଡି , କେନ୍ଦୁଝର , କନ୍ଧମାଳ , ଦେବଗଡ଼ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରୀ କରାଯାଇଛି। ଲୋକମାନଙ୍କୁ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି।
ଅପରପକ୍ଷରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର ରେ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ବୌଦ୍ଦ, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ମୟୁରଭଞ୍ଜ, କେନ୍ଦୁଝର, କନ୍ଧମାଳ ଏହି ୧୭ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏତଦ୍ ବ୍ୟତୀତ ଏହି ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।
ଏହା ବ୍ୟତୀତ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡ଼ିକରେ ଗୋଟି ଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନାଥିବା ଆକଳନ କରିଛି ପାଣିପାଗ ବିଭାଗ।







