Odiapua.com

ଆଜି ପାଇଁ ଏହି ୨୩ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ – ପ୍ରବଳ ବର୍ଷିବ

ଭୁବନେଶ୍ୱର ୨-୭ (ଓଡ଼ିଆ ପୁଅ) ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଏହି ୨୩ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ।

ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।

ଅପରପକ୍ଷରେ ଓଡ଼ିଶାର ଅନ୍ୟ ଜିଲ୍ଲାର ଗୋଟିଏ କିମ୍ବା ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି ବୋଲି କହିଛି ପାଣିପାଗ ବିଭାଗ।