Home Top News ଆଜି ପାଇଁ ଏହି ୧୦ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ – ପ୍ରବଳ ବର୍ଷିବ

ଆଜି ପାଇଁ ଏହି ୧୦ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ – ପ୍ରବଳ ବର୍ଷିବ

236

ଭୁବନେଶ୍ୱର ୩-୭ (ଓଡ଼ିଆ ପୁଅ) ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ବାଲେଶ୍ୱର ଜିଲ୍ଲା ଏହି ୧୦ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।

ଅପରପକ୍ଷରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଏବଂ ଓଡ଼ିଶାର ଅନ୍ୟ ଜିଲ୍ଲାର ଗୋଟିଏ କିମ୍ବା ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି ବୋଲି କହିଛି ପାଣିପାଗ ବିଭାଗ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.